Posted inଖେଳ

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ ସ୍କୋର କରିବା ପରେ ଅରେଞ୍ଜ କ୍ୟାପ ପାଇଁ ରେସ୍‌ରେ ଆଗୁଆ ଅଛନ୍ତି। ଏହା ପରେ ଦ୍ୱିତୀୟ ସ୍ଥାନରେ ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଟ୍ରାଭିସ ହେଡ ୬ ମ୍ୟାଚ୍‌ରେ ହାରାହାରି ୫୪ରେ ୩୨୪ ରନ କରିଛନ୍ତି। ରାଜସ୍ଥାନ ରୟାଲ୍ସର ରିୟାନ ପରାଗ ଅରେଞ୍ଜ କ୍ୟାପ ରେସ୍‌ରେ ତୃତୀୟ ସ୍ଥାନରେ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରିୟାନ ପରାଗ ୮ଟି ମ୍ୟାଚରେ ହାରାହାରି ୬୩.୬୦ରେ ୩୧୮ ରନ ସଂଗ୍ରହ କରିଛନ୍ତି। ରାଜସ୍ଥାନ ରୟାଲ୍ସର ଅଧିନାୟକ ଚତୁର୍ଥ ସ୍ଥାନରେ ଅଛନ୍ତି। ଅଦ୍ୟାବଧି ସଞ୍ଜୁ ସାମସନ ୮ଟି ମ୍ୟାଚରେ ହାରାହାରି ୬୨.୮୦ରେ ୩୧୪ ରନ ସଂଗ୍ରହ କରିଛନ୍ତି। ଅରେଞ୍ଜ କ୍ୟାପ ରେସ୍‌ଡ଼ରେ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ପଞ୍ଚମ ସ୍ଥାନରେ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରୋହିତ ଶର୍ମା ୮ଟି ମ୍ୟାଚ୍‌ରେ ହାରାହାରି ୪୩.୨୯ରେ ୩୦୩ ରନ ସଂଗ୍ରହ କରିଛନ୍ତି।
ସେହିପରି ପର୍ପଲ କ୍ୟାପ ରେସ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ଜସପ୍ରୀତ ବୁମ୍‌ରା ଶୀର୍ଷରେ ଅଛନ୍ତି। ଜସପ୍ରୀତ ବୁମରା ୮ଟି ମ୍ୟାଚରେ ହାରାହାରି ୧୫.୬୯ରେ ୧୩ଜଣ ବ୍ୟାଟ୍ସମ୍ୟାନଙ୍କୁ ତାଙ୍କର ଶିକାର କରିଛନ୍ତି। ତେବେ ଦ୍ୱିତୀୟ ସ୍ଥାନରେ ଥିବା ରାଜସ୍ଥାନ ରୟାଲ୍ସ ବୋଲର ୟୁଜବେନ୍ଦ୍ର ଚହଲଙ୍କ ନାମରେ ମଧ୍ୟ ୧୩ଟି ୱିକେଟ ଅଛି, କିନ୍ତୁ ଭଲ ହାରାହାରି ହେତୁ ବୁମ୍‌ରା ଶୀର୍ଷରେ ଅଛନ୍ତି। ପଞ୍ଜାବ କିଙ୍ଗ୍ସର ଦ୍ରୁତ ବୋଲର ହର୍ଷଲ ପଟେଲ ତୃତୀୟ ସ୍ଥାନରେ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ହର୍ଷଲ ପଟେଲ ୮ଟି ମ୍ୟାଚରେ ହାରାହାରି ୨୧.୩୮ରେ ୧୩ ଉଇକେଟ ନେଇଛନ୍ତି। ଏହିପରି ପର୍ପଲ କ୍ୟାପ ରେସ୍‌ରେ ଟପ-୩ ବୋଲରଙ୍କ ଉଇକେଟ ସମାନ। ଏଥି ସହିତ ଏହି ତାଲିକାରେ ଚତୁର୍ଥ ସ୍ଥାନ ଅଧିକାର କରିଥିବା ମୁମ୍ବାଇ ଇଣ୍ଡିଆନ୍ସର ଜେରାଲ୍ଡ କୋଟଜୀ ୮ଟି ମ୍ୟାଚରେ ହାରାହାରି ୨୪ରେ ୧୨ଟି ଉଇକେଟ ନେଇଛନ୍ତି। ପଞ୍ଜାବ କିଙ୍ଗ୍ସର ସାମ କୁରାନ ଏବଂ ଚେନ୍ନାଇ ସୁପର କିଙ୍ଗ୍ସର ମୁସ୍ତାଫିଜୁର ରହମାନ ପ୍ରତ୍ୟେକ ୧୧ଟି ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri