କୋକେଇ ବାବା ଲଢୁଛନ୍ତି ଉପନିର୍ବାଚନ: ୧୧ ଥର ପରାଜିତ, ମୋଦି-ରାଜନାଥଙ୍କ ସହିତ ବି ଲଢ଼ିଛନ୍ତି

ଲକ୍ଷ୍ନୌ,୩୧।୧୦: ଉତ୍ତରପ୍ରଦେଶରେ ନଭେମ୍ବର ୩ରେ ୭ଟି ବିଧାନସଭା ଆସନରେ ଉପନିର୍ବାଚନ ହେବାକୁ ଯାଉଛି। ସ୍ଥାନୀୟ ଦେଓରିଆ ସଦର ଆସନରୁ ରାଜନ ଯାଦବ ଓରଫ କୋକେଇ ବାବା ନିର୍ବାଚନ ଲଢୁଛନ୍ତି। ସେ ଗୋରଖପୁରର ବାସିନ୍ଦା। ଇତିମଧ୍ୟରେ କୋକେଇ ବାବା ୧୧ ଥର ନିର୍ବାଚନ ଲଢ଼ି ପରାଜିତ ହୋଇଛନ୍ତି। ସେ ବାରାଣାସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ନିର୍ବାଚନ ଲଢ଼ିଥିଲେ। ସେହିପରି ଲକ୍ଷ୍ନୌରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିରୋଧ ସେ ନିର୍ବାଚନ ଲଢ଼ି ସାରିଛନ୍ତି। ୨୦୦୯ରେ ଗୋରଖପୁର ଲୋକସଭା ଆସନରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। କୋକେଇ ବାବାଙ୍କ ଦଳୀୟ ଚିହ୍ନ ହାଣ୍ଡି। ସେ ନାମାଙ୍କନ ପତ୍ର ଦାଖଲ କରିବାଠାରୁ ଆରମ୍ଭ କରି ନିର୍ବାଚନ ପ୍ରଚାରରେ କୋକେଇରେ ବସି ଆସିଥାନ୍ତି। ତାଙ୍କୁ ବୋହି ନେବା ସମୟରେ ଲୋକେ ରାମ୍‌ ନାମ୍‌ ସତ୍ୟ ହୈ, ହରି ନାମ୍‌ ସତ୍ୟ ହୈ କହିଥାନ୍ତି। ୨୦୦୮ରେ ଏମ୍‌ବିଏ ପାସ୍‌ କରି ସେ ବ୍ୟାଙ୍କକରେ ଏକ ବହୁ ରାଷ୍ଟ୍ରୀୟ କମ୍ପାନୀରେ ଚାକିରି କରିଥିଲେ। ତେବେ ପରବର୍ତ୍ତୀ ସମୟରେ ସାମାଜିକ କର୍ମୀ ଭାବେ ସେ ସମାଜ ସେବା ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri