ମୁଖ୍ୟମନ୍ତ୍ରୀଙ୍କୁ ଜଳସେଚନ ପାଇଁ ଦାବି ଜଣାଇଲେ କୋକସରା ବ୍ଲକ ଉପାଧ୍ୟକ୍ଷ

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଗସ୍ତରେ ଆସି ରବିବାର ଭବାନୀପାଟଣା ଶ୍ରୀକୃଷ୍ଣ ନଗର ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ମେଗାଲିଫ୍ଟ କେନାଲରୁ ଜୟପାଟଣା, କୋକସରା ଓ ଧର୍ମଗଡ଼ ବ୍ଲକର ପାଖାପାଖି ୨୬ ହଜାର ହେକ୍ଟରକୁ ଖରିଫ ଓ ରବି ଚାଷ ପାଇଁ ଜଳସେଚନ ଯୋଗାଇ ଦେବାକୁ ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି।

ସୂଚନା ମତେ ୨୦୨୧ ଜାନୁଆରୀରେ ତତ୍କାଳୀନ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଗାଲିଫ୍ଟ କେନାଲକୁ ୩ ବ୍ଲକରେ ଥିବା ଅଣ ଜଳସେଚିତ ଅଞ୍ଚଳକୁ ଜଳସେଚନ ପାଇଁ ଲୋକାର୍ପଣ କରିଥିଲେ। ତେବେ ମେଗାଲିଫ୍ଟ କେନାଲରୁ ଖରିଫ ଋତୁରେ ସ୍ୱାଭାବିକ ଭାବରେ ଜଳସେଚନ ଜାରି ରହିଥିବା ବେଳେ ଚଳିତ ବର୍ଷ ରବି ଚାଷ ପାଇଁ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଜଳସ୍ତର ହ୍ରାସ ଥିବା ଦର୍ଶାଇ ଉଠା ଜଳସେଚନ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଜଳସେଚନ ବନ୍ଦ କରିଛି।

ପୂର୍ବରୁ ଜଳସେଚନ ଦାବିରେ କୋକସରା ବ୍ଲକ ସଚେତନ କୃଷକ ମଞ୍ଚ ପକ୍ଷରୁ ବିଭାଗୀୟ ଅଧିକାରୀ ଓ ଜିଲ୍ଲା ପ୍ରଶାସନକୁ ବାରମ୍ବାର ଦାବିପତ୍ର ପ୍ରଦାନ କରାଯାଇଛି ତେବେ ଜଳସେଚନ ନେଇ କୌଣସି କାର୍ଯ୍ୟକାରୀ ହେଲାନାହିଁ। ଫଳରେ ୩ ବ୍ଲକର ଚାଷି ସମୂହ ନିରାଶ ହୋଇଛନ୍ତି। ଆଗକୁ ଖରିଫ ଓ ରବି ଚାଷ ପାଇଁ ମେଗାଲିଫ୍ଟ କେନାଲରେ ନିରନ୍ତର ଜଳସେଚନ କରିବା ପାଇଁ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀଙ୍କ ଉପସ୍ଥିତିରେ କୋକସରା ବ୍ଲକର ୨୨ ପଞ୍ଚାୟତ ଗ୍ରାମସଭା ପ୍ରସ୍ତାବିତ ଓ ବ୍ଲକ ସମିତି ବୈଠକରେ ରେଜୁଲେସନ ପ୍ରସ୍ତାବ ଦସ୍ତାବିଜ ସହ ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲଙ୍କ ନେତୃତ୍ୱରେ ଏହି ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ସମୟରେ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri