ମରଣଯନ୍ତା ସାଜିଛି କୋଳିପଦି କେନାଲ ରାସ୍ତା

ଭଣ୍ଡାରିପୋଖରୀ,୨୬।୮(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୧୬ନଂ. ଜାତୀୟ ରାଜପଥର ପାଳଦାବାଙ୍କଠାରୁ ଯାଜପୁର ଜିଲାକୁ ସଂଯୋଗ କରୁଛି କୋଳିପଦି କେନାଲ ରାସ୍ତା। ଏହି ରାସ୍ତା ଏବେ ମରଣଯନ୍ତା ସାଜିଛି। ରାସ୍ତା ସାରା ଖାଲଖମା ଭର୍ତ୍ତି ହୋଇଛି। ଏହି ରାସ୍ତା ଏକମାତ୍ର ସଂଯୋଗୀକରଣ ବାଇପାସ୍‌ ରାସ୍ତା ଭାବେ ବ୍ୟବହୃତ ହେଉଛି। ଭଦ୍ରକ ଓ ଯାଜପୁର ଜିଲାର ହଜାର ହଜାର ଜନସାଧାରଣ ଏହି ରାସ୍ତା ଦେଇ ଯାତାୟାତ କରନ୍ତି। ବିଭିନ୍ନ ଭାରି ଯାନ ମଧ୍ୟ ଚଳାଚଳ କରୁଛି। କେନାଲ ବନ୍ଧ ଉପରେ ଉକ୍ତ ରାସ୍ତା ନିର୍ମାଣ ହୋଇଥିବା ବେଳେ ଏହାକୁ ପୂର୍ତ୍ତ ବିଭାଗ ରାସ୍ତା ସହ ସଂଯୋଗ କରାଯାଇଛି। ପ୍ରତ୍ୟେକ ଦିନ ସାଇକେଲ ଓ ମୋଟର ସାଇକେଲରେ ଯାଉଥିବା ସ୍କୁଲ, କଲେଜ ଛାତ୍ରୀଛାତ୍ରୀ ହୁଅନ୍ତୁ କିମ୍ବା ଅଟୋ, ରିକ୍ସାରେ ଯାଉଥିବା ଯାତ୍ରୀ ସମସ୍ତେ ଏହି ସ୍ବଳ୍ପ ରାସ୍ତା ଅତିକ୍ରମ କରିବାକୁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଖାଲ ଯୋଗୁ ଗାଡ଼ି ଓ ସାଇକେଲରୁ ଚାଳକ ପଡ଼ି ଆହତ ହେଉଛନ୍ତି। ଖାଲଗୁଡ଼ିକରେ ବର୍ଷାପାଣି ଜମିବା ଯୋଗୁ ଗାଡ଼ି ଚାଳକ ଦ୍ୱନ୍ଦ୍ୱରେ ପଡ଼ି ଯାଉଛନ୍ତି। ହେଲେ ମରାମତି ପାଇଁ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ୪ ବର୍ଷ ତଳେ ଜଳ ସମ୍ପଦ ବିଭାଗ ପକ୍ଷରୁ ପ୍ରାୟ ୪୦ ଲକ୍ଷ ଟଙ୍କା ଖର୍ଚ୍ଚରେ ରାସ୍ତା ମରାମତି କରାଯାଇଥିଲା। ଅଧାପନ୍ତରିଆ ଭାବେ କାମ ହୋଇଥିବାରୁ ରାସ୍ତାଟି ଶୀଘ୍ର ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହେଉଛି। ମାଳଦା, ରହଣିଆ, ସରସଦା, କୁରିଙ୍ଗା, ଷୋଳମପୁର, ନପଙ୍ଗ ଆଦି ୬ ପଞ୍ଚାୟତର ଲୋକେ ହଇରାଣ ହୋଇ ଏହି ରାସ୍ତାରେ ଯିବାଆସିବା କରୁଛନ୍ତି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଶିକ୍ଷାବିତ୍‌ କାର୍ତ୍ତିକ ସ୍ବାଇଁ, ମୁରଲୀଧର ଦାସ, ହରିହର ଜେନା, ସୀତାକାନ୍ତ ନାୟକ ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ ଜଳସମ୍ପଦ ବିଭାଗ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଶଙ୍କର୍ଷଣ ବେହେରା କହିଛନ୍ତି, କେନାଲ ରାସ୍ତାରେ ଦଶ ଟନ୍‌ ଓଜନରୁ ଅଧିକ ଯାନ ଚଳାଚଳ ଯୋଗୁ ଏଭଳି ଅବସ୍ଥା ହୋଇଛି। ତେବେ ଖୁବ୍‌ଶୀଘ୍ର ଏହାର ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri