Posted inଜାତୀୟ

କୋଲକାତା ବଳାତ୍କାର ଘଟଣାରେ ନୂଆ ଅପଡେଟ୍‌: ସାଙ୍ଗ ଖୋଲିବେ ସଞ୍ଜୟଙ୍କ ରାଜ୍‌, ହତ୍ୟା ପରେ ସେହିଦିନ ରାତିରେ ଅଭିଯୁକ୍ତ…

କୋଲକାତା,୨୮।୮: ୧୩ ଦିନ ବିତିଗଲାଣି କିନ୍ତୁ କୋଲକାତା ଡାକ୍ତର ବଳାତ୍କାର, ହତ୍ୟା ରହସ୍ୟର ସମାଧାନ ଏ ପର୍ଯ୍ୟନ୍ତ ହୋଇପାରିନାହିଁ। ଦେଶର ସର୍ବବୃହତ ଅନୁସନ୍ଧାନକାରୀ ସଂସ୍ଥା ସିବିଆଇ ୧୧ ଦିନ ଧରି ପଚରାଉଚରା କରୁଛି। ବର୍ତ୍ତମାନ ପର୍ଯ୍ୟନ୍ତ ୧୦୦ରୁ ଅଧିକ ଲୋକଙ୍କୁ ପଚରାଉଚରା କରାଯାଇଛି। ଆର.ଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସପାଲ ଡକ୍ଟର ସନ୍ଦୀପ ଘୋଷଙ୍କ ସମେତ ଅନେକ ଲୋକଙ୍କର ପଲିଗ୍ରାଫ ଟେଷ୍ଟ କରାଯାଇଛି, କିନ୍ତୁ ଏ ପର୍ଯ୍ୟନ୍ତ କୌଣସି ଠୋସ ପ୍ରମାଣ ମିଳିପାରି ନାହିଁ। ତେଣୁ ସିବିଆଇ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କ ବନ୍ଧୁଙ୍କ ଉପରେ ପଲିଗ୍ରାଫ ପରୀକ୍ଷା କରିବାକୁ ଯାଉଛି, ଯାହା ସହିତ ହତ୍ୟା କରିବା ରାତିରେ ସଞ୍ଜୟ ରୟ ଶୋଇଥିଲେ।

ଅରୁପ ଦତ୍ତ ନାମକ ଏହି ବ୍ୟକ୍ତି କୋଲକାତା ପୋଲିସର ଏଏସଆଇ। କୁହାଯାଉଛି ଯେ ଡାକ୍ତରଙ୍କୁ ହତ୍ୟା କରିବା ପରେ ସଞ୍ଜୟ ରୟ ଅରୁପ ଦତ୍ତଙ୍କ ନିଜ ବ୍ୟାରେକରେ ଯାଇ ଶୋଇଥିଲେ। ସୂଚନାନୁସାରେ, ଅଭିଯୁକ୍ତ ସଞ୍ଜୟ ରୟ ଏହି ଘଟଣାରେ ରାତିରେ ଏଏସଆଇ ଅରୁପ ଦତ୍ତଙ୍କୁ ଫୋନ କରିଥିଲେ। ସଞ୍ଜୟ ରୟ ଅରୁପ ଦତ୍ତଙ୍କ ସହ ଫୋନରେ କ’ଣ କଥା ହୋଇଛନ୍ତି ତାହା ଜାଣିବାକୁ ଚାହୁଁଛି ସିବିଆଇ। ସଞ୍ଜୟ ରୟଙ୍କ ବିଷୟରେ ଏଏସଆଇ ଅରୁପ ଦତ୍ତ କ’ଣ ଜାଣନ୍ତି? ଏହି ହତ୍ୟା ବିଷୟରେ ତାଙ୍କର କ’ଣ ସୂଚନା ଅଛି? ସିବିଆଇ ସନ୍ଦେହ କରୁଛି ଯେ ଏଏସଆଇ ଅରୁପ ଦତ୍ତ କିଛି ଲୁଚାଉଛନ୍ତି। ସେ ହତ୍ୟା ବିଷୟରେ ଆଗରୁ ଜାଣିଥିଲେ କି? ଦତ୍ତ ଏବଂ ଅଭିଯୁକ୍ତ ସଞ୍ଜୟ ରୟଙ୍କ ଏକ ଫଟୋ ମଧ୍ୟ ସାମ୍ନାକୁ ଆସିଛି। ଏହି ଘଟଣାରେ ଅରୁପ ଦତ୍ତାହେଉଛନ୍ତି ଅଷ୍ଟମ ବ୍ୟକ୍ତି, ଯିଏ ଲାଏ ଡିଟେକ୍ଟର ମେଶିନ ଦ୍ୱାରା ଟେଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri