Posted inଖେଳ

କେକେଆର୍‌କୁ ଫାଇନାଲ ଟିକେଟ, ହାଇଦ୍ରାବାଦ ପାଖରେ ଆଉ ଏକ ସୁଯୋଗ

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ ୨୦୨୪ ସିଜନର ପ୍ରଥମ ଫାଇନାଲ ଟିକେଟ ପାଇଛି ଶ୍ରେୟସ ଆୟର ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ(କେକେଆର୍‌)। ଏହା ଦଳ ପାଇଁ ଆଇପିଏଲ୍‌ ଇତିହାସରେ ଚତୁର୍ଥ ଫାଇନାଲ ମୁକାବିଲା ହେବ।

ପ୍ରଥମ କ୍ୱାଲିଫାୟରରେ କୋଲକାତା ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହୋଇଥିଲେ। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ ହାଇଦ୍ରାବାଦ ଅଧିନାୟକ ପ୍ୟାଟ୍‌ କମିନ୍ସ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଏହା ପରେ ଟିମ୍‌ କେକେଆର୍‌କୁ ୧୬୦ ରନ୍‌ର ଟାର୍ଗେଟ ଦେଇଥିଲା। ଏହାର ଜବାବରେ କୋଲକାତା ୮ ଉଇକେଟରେ ହାଇଦ୍ରାବାଦକୁ ପରାଜୟ କରିଛି। ତେବେ ପ୍ରଥମ କ୍ୱାଲିଫାୟରରେ ପରାଜୟ ସତ୍ତ୍ୱେ ଦଳ ପାଖରେ ଆଉ ଏକ ସୁଯୋଗ ରହିବ। ଦଳକୁ କ୍ୱାଲିଫାୟର ୨ ଖେଳିବାକୁ ହେବ।

ଟସ୍‌ ଜିତି ବ୍ୟାଟିଂ କରିବାକୁ ଓହ୍ଲାଇଥିବା ହାଇଦ୍ରାବାଦ ଟିମ୍‌ର ଆରମ୍ଭ ବହୁତ ଖରାପ ରହିଥିଲା। ଦଳ ୩୯ ରନ୍‌ରେ ୪ ଉଇକେଟ ହରାଇଥିଲା। ଏହାପରେ ରାହୁଲ ତ୍ରିପାଠୀ ୩୫ ବଲ୍‌ରେ ୫୫ ଏବଂ ହେନରିକ କ୍ଲାସେନ ୨୧ ବଲ୍‌ରେ ୩୨ ରନ୍‌ର ଇନିଂସ ଖେଳି ଦଳକୁ ୧୫୯ ରନ୍‌ର ସମ୍ମାନଜନକ ସ୍କୋର ପର୍ଯ୍ୟନ୍ତ ପହଞ୍ଚାଇଥିଲେ। ଉଭୟ ଖେଳାଳିଙ୍କ ମଧ୍ୟରେ ୫ମ ଉଇକେଟ ପାଇଁ ୩୭ ବଲ୍‌ରେ ୬୨ ରନ୍‌ର ଭାଗିଦାରୀ ହୋଇଥିଲା। ଶେଷରେ କମିନ୍ସ ୩୦ ରନ୍‌ କରିଥିଲେ। ଏହାଛଡ଼ା ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ ୨୦ ରନ୍‌ କରିପାରି ନ ଥିଲେ।

ଅପରପକ୍ଷେ କେକେଆର୍‌ ବୋଲରମାନେ ଜବରଦସ୍ତ ବୋଲିଂ କରି ବିରୋଧୀ ଟିମ୍‌କୁ ଅଡ଼ୁଆରେ ପକାଇଥିଲେ। ମାଇକେଲ ଷ୍ଟାର୍କ ସର୍ବାଧିକ ୩ ଉଇକେଟ ନେଇଥିଲେ। ସେହିଭଳି କେକେଆର୍‌ ବ୍ୟାଟ୍ସମ୍ୟାନ୍‌ ଭାବେ ଶ୍ରେୟସ ୨୪ ବଲ୍‌ରେ ୫୮ ରନ୍‌(ଅପରାଜିତ) ଏବଂ ଭେଙ୍କଟେଶ ଆୟର ୨୮ ବଲ୍‌ରେ ୫୧ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri