କୋଲକାତା ହୋଟେଲରେ ଅଗ୍ନିକାଣ୍ଡ: ୪ ଓଡ଼ିଆଙ୍କ ସମେତ ୧୫ ମୃତ

କୋଲକାତା, ୧।୫: ସେଣ୍ଟ୍ରାଲ କୋଲକାତାର ମେଚୁଆପଟ୍ଟୀ ଅଞ୍ଚଳରେ ଥିବା ଋତୁରାଜ ହୋଟେଲରେ ମଙ୍ଗଳବାର ରାତିରେ ନିଅଁା ଲାଗିଯିବାରୁ ୪ ଓଡ଼ିଆଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ ଘଟିଛି।୧୩ ଜଣ ଆହତ ହୋଇଛନ୍ତି। ମୃତକ ୪ ଓଡ଼ିଆ ହେଲେ ଜଗତ୍‌ସିଂହପୁର ଜିଲାର ମନୋଜ ପାତ୍ର, ଦୁଷ୍ମନ୍ତ କୁମାର ନାୟକ, ଦୁଷ୍ମନ୍ତ କୁମାର ସ୍ବାଇଁ ଏବଂ କଟକ ସିଡିଏ ଅଞ୍ଚଳର ବ୍ୟବସାୟୀ ରାଜେଶ ସାନ୍ତୁକା। ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ଅଗ୍ନିକାଣ୍ଡ ଘଟିବା ସମୟରେ ହୋଟେଲର ୪୨ଟି ରୁମ୍‌ରେ ୮୮ ଜଣ ଥିଲେ ବୋଲି ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି। ଦମକଳ ବାହିନୀର ୧୦ଟି ଗାଡ଼ି ପକ୍ଷରୁ ୧୦ ଘଣ୍ଟାର ଅପରେଶନ ପରେ ବୁଧବାର ସକାଳେ ନିଅଁାକୁ ଆୟତ୍ତ କରାଯାଇଥିଲା। କୋଲକାତା ପୋଲିସ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଗଠନ କରି ତଦନ୍ତ ଚଳାଇଥିବା ପଶ୍ଚିମବଙ୍ଗର ମନ୍ତ୍ରୀ ସୁଜିତ ବୋଷ କହିଛନ୍ତି। ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକପ୍ରକଟ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର କ୍ଷତିପୂରଣ ସହାୟତା ରାଶି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri