Posted inଖେଳ

ଲଢ଼ିବା ସତ୍ତ୍ୱେ ପରାଜୟରୁ ବର୍ତ୍ତି ପାରିଲା ନାହିଁ ହାଇଦ୍ରାବାଦ୍‌

ଚେନ୍ନାଇ, ୧୧ା୪- ମନୀଷ ପାଣ୍ଡେ ଓ ଜନ୍ନି ବେଆରଷ୍ଟୋଙ୍କ ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ସନରାଇଜର୍ସ ହାଇଦ୍ରାବାଦକୁ ୧୦ ରନ୍‌ରେ ହରାଇ ଦେଇଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ୧୮୮ ରନ୍‌ର ବିଶାଳ ଟାର୍ଗେଟର ପିଛା କରିଥିବା ହାଇଦ୍ରାବାଦ୍‌ ପ୍ରାରମ୍ଭିକ ଉଇକେଟ୍‌ ହରାଇଥିଲା। କିନ୍ତୁ ସ୍ଥିତି ସମ୍ଭାଳିଥିଲେ ମନୀଷ ପାଣ୍ଡେ ଓ ଜନ୍ନି ବେଆରଷ୍ଟୋ। ଦୁଇ ବ୍ୟାଟ୍ସମ୍ୟାନ ତୃତୀୟ ଉଇକେଟ ପାଇଁ ୯୨ ରନ୍‌ କରିଥିଲେ। ଦୁହିଁଙ୍କ ଯୋଗୁ ମ୍ୟାଚ୍‌ରେ ହାଇଦ୍ରାବାଦ୍‌ ଜିତିବାର ସମ୍ଭାବନା ସୃଷ୍ଟି ହୋଇଥିଲା। ବେଆରଷ୍ଟୋ (୫୫ ରନ୍‌, ୫ ଚୌକାଓ ୩ ଛକା) ଆଉଟ୍‌ ହେବା ପରେ ମଧ୍ୟ ଚାପର ବଶବର୍ତ୍ତୀ ହୋଇ ନ ଥିଲେ ପାଣ୍ଡେ। ମାତ୍ର ତାଙ୍କୁ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନଙ୍କ ଠାରୁ ମିଳିଥିଲା ଉଚିତ ସହଯୋଗ । ଶେଷ ଆଡ଼କୁ ଅବଦୁଲ ସମଦ (୧୯ ରନ୍‌, ୨ ଛକା ) ଖେଳିଥିଲେ କିଛି ବଡ଼ ଶଟ୍‌। ହେଲେ ତାହା ଯଥେଷ୍ଟ ନ ଥିଲା। ହାଇଦ୍ରାବାଦ୍‌ ଶେଷ ପର୍ଯ୍ୟନ୍ତ ଖେଳି ୫ ଉଇକେଟ ହରାଇ ୧୭୭ ରନ୍‌ କରିବାକୁ ସକ୍ଷମ ହୋଇଥିଲା।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା କେକେଆର ପୂରା ୨୦ ଓଭରରେ ୬ ଉଇକେଟ ହରାଇ ୧୮୭ ରନ୍‌ କରିଥିଲା। ଦଳ ପାଇଁ ଓପନର ନୀତିଶ ରାଣା (୮୦ ରନ୍‌, ୫୬ ବଲ, ୯ ଚୌକା ଓ ୪ ଛକା) ଓ ରାହୁଲ ତ୍ରିପାଠି (୫୩ ରନ୍‌, ୨୯ ବଲ, ୫ ଚୌକା ଓ ୨ ଛକା) ଖେଳିଥିଲେ ବିସ୍ପୋରକ ଅର୍ଦ୍ଧଶତକୀୟ ପାଳି। ଦୁହେଁ ଦ୍ୱିତୀୟ ଉଇକେଟ ପାଇଁ ଦଳୀୟ ସ୍କୋରରେ ଯୋଡ଼ିଥିଲେ ୯୩ ରନ୍‌। ଦୁଇ ବ୍ୟାଟ୍ସମ୍ୟାନ ଆଉଟ୍‌ ହେବା ପରେ ହାଇଦ୍ରାବାଦ ମ୍ୟାଚ୍‌କୁ ଫେରିଥିଲା। ଶେଷ ଆଡ଼କୁ ଦୀନେଶ କାର୍ତ୍ତିକ ୨୨ ରନ୍‌ କରିଥିଲେ। ସନରାଇର୍ସ ପକ୍ଷରୁ ରଶିଦ ଖାଁ ଓ ମହମ୍ମଦ ନବି ହାତେଇଥିଲେ ୨ ଲେଖାଏ ଉଇକେଟ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri