Posted inଖେଳ

୧୪୬ ରନ୍‌ରେ ଅଟକିଲା କୋଲକାତା

ମୁମ୍ବାଇ,୨୮।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହାକୁ ସଠିକ୍‌ ପ୍ରମାଣ କରିଥିଲେ ବୋଲର ଚେତନ ସାକାରିଆ। ସାକାରିଆ କୋଲକାତା ନାଇଟ୍‌ ରାଇଡର୍ସର ଓପନର ଆରୋନ ଫିଞ୍ଚଙ୍କୁ (୩ରନ୍‌) ଆଉଟ କରି ପ୍ରାରମ୍ଭିକ ଝଟ୍‌କା ଦେଇଥିଲେ। ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟର ସମ୍ମୁଖୀନ ହୋଇ କୋଲକାତା ନାଇଟ୍‌ ରାଇଡର୍ସ ନିର୍ଦ୍ଧାରିତ ୨୦ ଉଭରରେ ୯ ଉଇକେଟ ହରାଇ ୧୪୬ ରନ୍‌ କରିଛି। ଫଳରେ ଦିଲ୍ଲୀ ଆଗରେ ବିଜୟ ୧୪୭ ରନ୍‌ର ଟାର୍ଗେଟ ଦେଇଛି କୋଲକାତା।

ସେହିପରି ଅନ୍ୟତମ ଓପନର ଭେଙ୍କଟେଶ ଆୟର ମଧ୍ୟ ବିଶେଷ କିଛି କରିପାରି ନ ଥିଲେ। ସେ ମଧ୍ୟ ୬ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ଫଳରେ ଦଳ ସଂକଟରେ ପଡ଼ିଯାଇଥିଲା। ହେଲେ କୋଲକାତା ନାଇଟ୍‌ ରାଇଡର୍ସର ଅଧିନାୟକ ଶ୍ରେୟସ୍‌ ଆୟର କିଛି ସମୟ ସ୍ଥିତିକୁ ସମ୍ଭାଳିଥିଲେ। ସେ ମଧ୍ୟ ୩୭ ବଲ୍‌ରେ ୪୨ରନ୍‌(୪ ଚଉକା) କରି ଆଉଟ୍‌ ହୋଇଯାଇଥିଲେ। ଫଳରେ ଦଳ ବ୍ୟାକ୍‌ଫୁଟକୁ ଚାଳିଯାଇଥିଲା। ଏଭଳି ସ୍ଥିତିରେ ନୀତିଶ ରାଣା ୩୪ ବଲ୍‌ରେ ୫୭ ରନ୍‌ର(୩ ଚଉକା ଏବଂ ୪ ଛକା) ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ସେହିପରି ରିଙ୍କୁ ସିଂ ୧୬ ବଲରେ ୩୨ ରନ୍‌ କରିଥିଲେ। ଫଳରେ ଦିଲ୍ଲୀ ୧୪୬ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଦିଲ୍ଲୀର  କୁଲଦୀପ ଯାଦବ ୪ ଉଇକେଟ ନେଇଥିବା ବେଳେ ମୁସ୍ତାଫିଜୁର ରେହମାନ୍‌ ୩ ଉଇକେଟ୍‌ ଚେତନ ସାକାରିଆ ଏବଂ ଅକ୍ସର ପଟେଲଏ ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri