Posted inଖେଳ

୧୪୬ ରନ୍‌ରେ ଅଟକିଲା କୋଲକାତା

ମୁମ୍ବାଇ,୨୮।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହାକୁ ସଠିକ୍‌ ପ୍ରମାଣ କରିଥିଲେ ବୋଲର ଚେତନ ସାକାରିଆ। ସାକାରିଆ କୋଲକାତା ନାଇଟ୍‌ ରାଇଡର୍ସର ଓପନର ଆରୋନ ଫିଞ୍ଚଙ୍କୁ (୩ରନ୍‌) ଆଉଟ କରି ପ୍ରାରମ୍ଭିକ ଝଟ୍‌କା ଦେଇଥିଲେ। ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟର ସମ୍ମୁଖୀନ ହୋଇ କୋଲକାତା ନାଇଟ୍‌ ରାଇଡର୍ସ ନିର୍ଦ୍ଧାରିତ ୨୦ ଉଭରରେ ୯ ଉଇକେଟ ହରାଇ ୧୪୬ ରନ୍‌ କରିଛି। ଫଳରେ ଦିଲ୍ଲୀ ଆଗରେ ବିଜୟ ୧୪୭ ରନ୍‌ର ଟାର୍ଗେଟ ଦେଇଛି କୋଲକାତା।

ସେହିପରି ଅନ୍ୟତମ ଓପନର ଭେଙ୍କଟେଶ ଆୟର ମଧ୍ୟ ବିଶେଷ କିଛି କରିପାରି ନ ଥିଲେ। ସେ ମଧ୍ୟ ୬ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ଫଳରେ ଦଳ ସଂକଟରେ ପଡ଼ିଯାଇଥିଲା। ହେଲେ କୋଲକାତା ନାଇଟ୍‌ ରାଇଡର୍ସର ଅଧିନାୟକ ଶ୍ରେୟସ୍‌ ଆୟର କିଛି ସମୟ ସ୍ଥିତିକୁ ସମ୍ଭାଳିଥିଲେ। ସେ ମଧ୍ୟ ୩୭ ବଲ୍‌ରେ ୪୨ରନ୍‌(୪ ଚଉକା) କରି ଆଉଟ୍‌ ହୋଇଯାଇଥିଲେ। ଫଳରେ ଦଳ ବ୍ୟାକ୍‌ଫୁଟକୁ ଚାଳିଯାଇଥିଲା। ଏଭଳି ସ୍ଥିତିରେ ନୀତିଶ ରାଣା ୩୪ ବଲ୍‌ରେ ୫୭ ରନ୍‌ର(୩ ଚଉକା ଏବଂ ୪ ଛକା) ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ସେହିପରି ରିଙ୍କୁ ସିଂ ୧୬ ବଲରେ ୩୨ ରନ୍‌ କରିଥିଲେ। ଫଳରେ ଦିଲ୍ଲୀ ୧୪୬ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଦିଲ୍ଲୀର  କୁଲଦୀପ ଯାଦବ ୪ ଉଇକେଟ ନେଇଥିବା ବେଳେ ମୁସ୍ତାଫିଜୁର ରେହମାନ୍‌ ୩ ଉଇକେଟ୍‌ ଚେତନ ସାକାରିଆ ଏବଂ ଅକ୍ସର ପଟେଲଏ ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?