Posted inଖେଳ

ଶେଷ ବଲରେ ଚୌକା ମାରି ମ୍ୟାଚ୍‌ ଜିତାଇଲେ ରିଙ୍କୁ ସିଂ

କୋଲକାତା,୯।୫: ରିଙ୍କୁ ସିଂ ମ୍ୟାଚ୍‌ର ଶେଷ ବଲରେ ଚୌକା ମାରି କୋଲକାତାକୁ ବିଜୟୀ କରିଛନ୍ତି। ଆଇପିଏଲ୍‌ର ୫୩ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସକୁ ୫ ଉଇକେଟରେ ହରାଇ ଦେଇଛି କୋଲାକାତା ନାଇଟ୍‌ ରାଇଡର୍ସ(କେକେଆର୍‌)। ଏହି ବିଜୟ ସହ କୋଲକାତା ୧୦ ପଏଣ୍ଟ ପାଇ ପଏଣ୍ଟ ବେବୁଲର ପଞ୍ଚମ ସ୍ଥାନକୁ ଉନ୍ନିତ ହୋଇଛି।

ଟସ୍‌ ଜିତି ପଞ୍ଜାବ ପ୍ରଥମେ ବ୍ୟାଟିଂ କରି ଅଧିନାୟକ ଶିଖର ଧାଓ୍ବନଙ୍କ ୫୭ ରନ୍‌ ବଳରେ ୨୦ ଓଭରରେ ୭ ଉଇକେଟ ୧୭୯ ରନ୍‌ କରିଥିଲା। ଜବାବରେ କେକେଆର୍‌ ୨୦ ଓଭରରେ ୫ ଉଇକେଟ ହରାଇ ୧୮୨ରନ୍‌ କରି ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ୧୮୦ ରନ୍‌ର ପିଛା କରୁଥିବା କେକେଆର୍‌ ପକ୍ଷରୁ ନୀତୀଶ ରାଣା ସର୍ବାଧିକ ୫୧ ରନ୍‌ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜାସନ୍‌ ରୟ ୩୮ ଓ ଆନ୍ଦ୍ରେ ରସେଲ ୪୨ ରନ୍‌ କରିଥିଲେ। ୧୦ ବଲ୍‌ରୁ ୨୧ ରନ୍‌ କରିଥିବା ରିଙ୍କୁ ସିଂ ଶେଷ ବଲରେ ଚୌକା ମାରି ଦଳକୁ ଜିତାଇଥିଲେ। ପଞ୍ଜାବ ପକ୍ଷରୁ ରାହୁଲ ଚହର ୨, ହରପ୍ରୀତ ବ୍ରାର ଓ ନାଥାନ ଏଲିସ୍‌ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri