Posted inଖେଳ

ଚେନ୍ନାଇକୁ ହରାଇ କୋଲକାତାର ଷଷ୍ଠ ବିଜୟ

ଚେନ୍ନାଇ,୧୪ା୫: ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୬୧ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୬ ଉଇକେଟରେ ବିଜୟୀ ହୋଇଛି। ଏହି ବିଜୟ ସହ କୋଲକାତା ୬ଟି ମ୍ୟାଚ୍‌ରେ ବିଜୟୀ ହୋଇ ୧୨ ପଏଣ୍ଟ ପାଇଛି।

ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ୨୦ ଓଭରରେ ୬ ଉଇକେଟ ହରାଇ ୧୪୪ ରନ୍‌ କରିଥିଲା। ଦଳ ପକ୍ଷରୁ ଶିବମ ଦୁବେ ସର୍ବାଧିକ ୪୮* ରନ୍‌ କରିଥିଲେ। ୧୪୫ ରନ୍‌ର ଜବାବରେ ରିଙ୍କୁ ସିଂ ଏବଂ ନୀତୀଶ ରାଣାଙ୍କ ଅର୍ଦ୍ଧଶତକ ବଳରେ କୋଲକାତା ୧୮.୩ ଓଭରରେ ୪ ଉଇକେଟ ହରାଇ ବିଜୟ ଟାର୍ଗେଟ ପୂରଣ କରିନେଇଥିଲା।

୧୪୫ ରନ୍‌ ଲକ୍ଷ୍ୟର ପିଛା କରୁଥିବା କୋଲକାତା ମଧ୍ୟ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦୀପକ ଚହରଙ୍କ ଘାତକ ବୋଲିଂ ବଳରେ କୋଲକାତା ୩୩ ରନ୍‌ରେ ୩ ଉଇକେଟ ହରାଇଥିଲା। ହେଲେ ଅଧିନାୟକ ନୀତୀଶ ରାଣା ୪୪ ବଲ୍‌ରେ ୫୭* (୬ ଚୌକା ଏବଂ ୧ ଛକା) ରନ୍‌ କରିଥିବା ବେଳେ ରିଙ୍କୁ ସିଂ ୪୩ ବଲ୍‌ରେ ୫୪ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ବଳରେ କୋଲକାତା ୯ ବଲ ବାକି ରଖି ମ୍ୟାଚ ବିଜୟୀ ହୋଇଥିଲା। ଚେନ୍ନାଇ ପକ୍ଷରୁ ଦୀପକ ଚହର ସର୍ବାଧିକ ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri