Posted inଖେଳ

କୋଲକାତାର ବୃହତ ବିଜୟ

କୋଲକାତା,୬।୪: କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ଅନୁଷ୍ଠିତ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ର ନବମ ମ୍ୟାଚରେ ଉଭୟ ବ୍ୟାଟିଂ ଏବଂ ବୋଲିଂରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଚମତ୍କାର ପ୍ରଦର୍ଶନ କରି ୮୧ ରନ୍‌ରେ ବିଜୟୀ ହୋଇଛି।

ଶାର୍ଦ୍ଦୂଳ ଠାକୁର ଓ ରହମାନଉଲ୍ଲା ଗୁରବାଜଙ୍କ ଅର୍ଦ୍ଧଶତକ ବଳରେ କୋଲକାତା ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୨୦୪ ରନ୍‌ କରିଥିଲା। ଫଳରେ ଆର୍‌ସିବି ଆଗରେ୨୦୫ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଥିଲା କୋଲକାତା । ହେଲେ ଆର୍‌ସିବି ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୭.୪ ଓଭରରେ ୧୨୩ ରନ୍‌ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା। କୋଲକାତା ତାର ଦ୍ୱିତୀୟ ମ୍ୟାଚ୍‌ରେ ବୃହତ ବିଜୟୀ ସହ ସିଜନର ବିଜୟ ଅଭିଯାନ ଆରମ୍ଭ କରିଛି।

୨୦୫ ରନ୍‌ର ପିଛା କରୁଥିବା ଆରସିବି ପକ୍ଷରୁ ପ୍ରଥମ ଉଇକେଟରେ ୪୪ ରନ୍‌ ଯୋଡିଥିଲେ ଫାଫ୍‌ ଡୁ ପ୍ଲେସି(୨୩) ଓ ବିରାଟ କୋହଲି(୧୯)। ତେବେ କେକେଆରର ୩ ସ୍ପିନରଙ୍କ ଘାତକ ବୋଲିଂ ଆଗରେ ହାର ମାନିଥିଲା ଆର୍‌ସିବି। ମ୍ୟାଚ୍‌ର ପଞ୍ଚମ ଓଭରରେ କୋହଲିଙ୍କୁ ବୋଲ୍ଡ କରି ପ୍ରଥମ ସଫଳତା ହାସଲ କରିଥିଲେ ସୁନୀଲ ନାରିନ୍‌। ପରବର୍ତ୍ତୀ ଓଭରରେ ଡୁ ପ୍ଲେସିଙ୍କୁ ଆଉଟ କରିଥିଲେ ବରୁଣ ଚକ୍ରବର୍ତ୍ତୀ। ୩ ସ୍ପିନର ୯ ଉଇକେଟ ନେବାରେ ସକ୍ଷମ ହୋଇଥିଲେ। ବରୁଣ ଚକ୍ରବର୍ତ୍ତୀ ୪, ଇମ୍ପାକ୍ଟ ସବଷ୍ଟିଚ୍ୟୁଟ ସୁୟଶ ଶର୍ମା ୩ ଉଇକେଟ ଓ ସୁନୀଲ ନାରିନ୍‌ ୨ ଉଇକେଟ ନେଇଥିଲେ। ୬ ଜଣ ଆର୍‌ସିବି ବ୍ୟାଟର ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri