Posted inଜାତୀୟ

ସୁପ୍ରିମକୋର୍ଟରେ ଜାରି ରହିଛି କୋଲକାତା ବଳାତ୍କାର ମାମଲାର ଶୁଣାଣି, ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗଦେବାକୁ କୋର୍ଟଙ୍କ ନିବେଦନ

ନୂଆଦିଲ୍ଲୀ,୨୦।୮: କୋଲକାତା ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ଶୁଣାଣି ସମୟରେ ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡ ସାରା ଦେଶରେ ଡାକ୍ତରଙ୍କ ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରିଥିଲେ। ସେ କହିଛନ୍ତି, କୋଲକାତାରେ ଘଟିଥିବା ଏହି ଘଟଣା ସାରା ଦେଶରେ ଡାକ୍ତରଙ୍କ ପାଇଁ ସୁରକ୍ଷା ସମସ୍ୟା ସୃଷ୍ଟି କରିଛି। ଆମେ ଡାକ୍ତରଙ୍କ ସୁରକ୍ଷାକୁ ନେଇ ଚିନ୍ତିତ। ପୀଡିତାଙ୍କ ପରିଚୟ ପ୍ରକାଶ କରାଯାଇଥିବାରୁ ସିଜେଆଇ ମଧ୍ୟ ଉଦବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ପୀଡିତାଙ୍କ ପରିଚୟ ସବୁଆଡେ ପ୍ରକାଶ ପାଇଛି। ଯେତେବେଳେ କି ଏହା କରାଯିବା ଠିକ ନୁହେଁ। ଏହା ସହିତ ସିଜେଆଇ ପଶ୍ଚିମବଙ୍ଗ ସରକାରଙ୍କୁ ପଚାରିଛନ୍ତି – ପ୍ରିନ୍ସିପାଲ ଏହି ହତ୍ୟାକାଣ୍ଡକୁ ଆତ୍ମହତ୍ୟା ବୋଲି କହିଥିଲେ କି? ବିଳମ୍ବରେ ପୀଡିତାଙ୍କ ମାତାପିତାଙ୍କୁ ସୂଚନା ଦିଆଯାଇଛି କି? ସେମାନଙ୍କୁ ଭେଟିବାକୁ ଅନୁମତି ଦିଆଗଲା ନାହିଁ? ସିଜେଆଇ କହିଛନ୍ତି, ପୋଲିସ କାହିଁକି ଅପରାଧ ଘଟଣାକୁ ସୁରକ୍ଷା ଦେଇନାହିଁ? କାହିଁକି ହଜାର ହଜାର ଲୋକଙ୍କୁ ଭିତରକୁ ଅନୁମତି ଦିଆଗଲା? ଅନ୍ୟ କଲେଜରେ ପ୍ରିନ୍ସିପାଲଙ୍କୁ କାହିଁକି ଜଏନ କରାଯାଇଥିଲା? ହତ୍ୟା ପରେ ମଧ୍ୟ ଏଫଆଇଆର ବିଳମ୍ବିତ ରାତି ପର୍ଯ୍ୟନ୍ତ ପଞ୍ଜୀକୃତ ହୋଇଥିଲା। ପ୍ରିନ୍ସିପାଲ କ’ଣ କରୁଥିଲେ? ଏଫଆଇଆର ଦାଖଲ କରିବାରେ କାହିଁକି ବିଳମ୍ବ ହେଲା? ସିଜେଆଇ କହିଛି ଯେ ଏହା ଏକ ଗମ୍ଭୀର ପ୍ରସଙ୍ଗ।

ସିଜେଆଇ ଧର୍ମଘଟ ତଥା ବିରୋଧ କରୁଥିବା ଡାକ୍ତରମାନଙ୍କୁ ଆମ ଉପରେ ବିଶ୍ୱାସ କରିବାକୁ କହିଥିଲେ। ଧର୍ମଘଟରେ ଥିବା ଡାକ୍ତରମାନେ ବୁଝିବା ଉଚିତ ଯେ ସେମାନଙ୍କ ଅଧୀନରେ ସମଗ୍ର ଦେଶର ସ୍ବାସ୍ଥ୍ୟସେବା ବ୍ୟବସ୍ଥା ଅଛି। କାମକୁ ଫେରିବା ପାଇଁ ଆମେ ଆପଣଙ୍କୁ ନିବେଦନ କରୁଛୁ। ଆମେ ଡାକ୍ତରମାନଙ୍କୁ ନିବେଦନ କରୁଛୁ ଯେ ସେମାନଙ୍କ ସୁରକ୍ଷା ନିଶ୍ଚିତ କରିବାକୁ ଆମେ ଏଠାରେ ବସିଛୁ। ଆମେ ଏହାକୁ ହାଇକୋର୍ଟ ପାଇଁ ଛାଡିବୁ ନାହିଁ। ଏହା ଏକ ଜାତୀୟ ସ୍ବାର୍ଥର ବିଷୟ। ଆମେ ଶୀଘ୍ର ଏହାର ସମାଧାନ କରିବୁ। ସେ କହିଛି ଯେ ଆମେ ଏକ ଜାତୀୟ ଟାସ୍କଫୋର୍ସ ଗଠନ କରିବାକୁ ଚାହୁଁ ଯେଉଁଥିରେ ସମସ୍ତ ଡାକ୍ତର ଅଂଶଗ୍ରହଣ କରିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri