Posted inଜାତୀୟ

କୋଲକାତା ବଳାତ୍କାର ଘଟଣା ଉପରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ ପ୍ରତିକ୍ରିୟା, ସିଜେଆଇ ଚନ୍ଦ୍ରଚୂଡଙ୍କ ସାମ୍ନାରେ କହିଲେ…

ନୂଆଦିଲ୍ଲୀ,୩୧।୮: ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭରତ ମଣ୍ଡପମ୍‌ଠାରେ ଜିଲା ନ୍ୟାୟପାଳିକାର ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଏହି ଅଭିଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳାଙ୍କ ବିରୋଧରେ ଅପରାଧ ମାମଲାରେ ଶୀଘ୍ର ନ୍ୟାୟ ପ୍ରଦାନକୁ ସମର୍ଥନ କରିଛନ୍ତି।

ମହିଳାଙ୍କ ପ୍ରତି ହେଉଥିବା ଅପରାଧ ମାମଲାରେ ଶୀଘ୍ର ନ୍ୟାୟର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଏହା ସୁରକ୍ଷା ପ୍ରତି ମହିଳାଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢାଇବ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ନ୍ୟାୟପାଳିକାକୁ ସମ୍ବିଧାନର ସଂରକ୍ଷକ ଭାବରେ ବିବେଚନା କରାଯାଏ ଏବଂ ସୁପ୍ରିମକୋର୍ଟ ଏବଂ ନ୍ୟାୟପାଳିକା ଏହି ଦାୟିତ୍ୱ କୁ ଭଲ ଭାବରେ ପୂରଣ କରିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡଙ୍କ ଉପସ୍ଥିତିରେ କହିଛନ୍ତି ଯେ ଭାରତର ଲୋକମାନେ ସୁପ୍ରିମକୋର୍ଟ କିମ୍ବା ନ୍ୟାୟପାଳିକା ପ୍ରତି କୌଣସି ଅବିଶ୍ୱାସ ଦେଖାଇ ନାହାଁନ୍ତି। ଜରୁରୀକାଳୀନ ପରିସ୍ଥିତିକୁ ଏକ ଅନ୍ଧକାର ସମୟ ବୋଲି ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମୌଳିକ ଅଧିକାର ବଜାୟ ରଖିବାରେ ନ୍ୟାୟପାଳିକା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି।

ଜାତୀୟ ସୁରକ୍ଷା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ନ୍ୟାୟପାଳିକା ଜାତୀୟ ସ୍ବାର୍ଥକୁ ପ୍ରାଧାନ୍ୟ ଦେଇ ଜାତୀୟ ଅଖଣ୍ଡତାକୁ ସୁରକ୍ଷିତ ରଖିଛି। କୋଲକାତାରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସେ କହିଛନ୍ତି ଯେ ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ଏବଂ ଶିଶୁଙ୍କ ସୁରକ୍ଷା ସମାଜ ପାଇଁ ଏକ ଚିନ୍ତାର ବିଷୟ।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମହିଳାଙ୍କ ପ୍ରତି ଅତ୍ୟାଚାର ମାମଲାରେ ଯେତେ ଶୀଘ୍ର ନ୍ୟାୟ ପ୍ରଦାନ କରାଯାଏ, ଅର୍ଦ୍ଧେକ ଲୋକ ସେମାନଙ୍କ ନିରାପତ୍ତାକୁ ନେଇ ଆତ୍ମବିଶ୍ୱାସୀ ହେବେ। ମହିଳାଙ୍କ ପ୍ରତି ହେଉଥିବା ଅପରାଧର ମୁକାବିଲା ପାଇଁ ଅନେକ କଠୋର ଆଇନ ରହିଛି ଏବଂ ଶୀଘ୍ର ନ୍ୟାୟ ପାଇବା ପାଇଁ ପଦକ୍ଷେପ ନିଆଯାଉଛି। ଅପରାଧିକ ନ୍ୟାୟ ବ୍ୟବସ୍ଥାରେ ଉନ୍ନତ ସମନ୍ବୟ ସୁନିଶ୍ଚିତ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?