Posted inଜାତୀୟ

କୋଲକାତା ବଳାତ୍କାର-ହତ୍ୟା ଘଟଣାରେ ବଡ଼ ଖୁଲାସା, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

କୋଲକାତା,୩।୯: କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ସହ ଘଟିଥିବା ଅତ୍ୟାଚାରରେ ଏକ ବଡ଼ ଖୁଲାସା ହୋଇଛି। ଯେଉଁ ରାତିରେ ବଳାତ୍କାର-ହତ୍ୟା ଘଟଣା ଘଟିଥିଲା, ସେଠାରେ ଥିବା ଡାକ୍ତର ଗୁରୁତର ଅଭିଯୋଗ ଆଣିଛନ୍ତି । ଡାକ୍ତର କୋଲକାତା ପୋଲିସ ବିରୋଧରେ ବଡ ଅଭିଯୋଗ ଆଣି କହିଛନ୍ତି ପୋଲିସ ମିଛ କହୁଛି । ମେଡିକାଲ ୱାର୍ଡରେ କୌଣସି ଏସ୍‌ଓପି ଅନୁସରଣ କରାଯାଇନଥିଲା।

ସେହି ରାତିରେ ଏମରଜେନ୍ସି ଡ୍ୟୁଟିରେ ଥିବା ଡାକ୍ତର କହିଛନ୍ତି, ପୋଲିସ ମିଛ କହୁଛି। ଚଏମରଜେନ୍ସି ମେଡିକାଲ ବୋର୍ଡରେ ଏସ୍‌ଓପି ଅନୁସରଣ କରାଯାଇ ନଥିଲା। ଯେଉଁଥିରେ ମୃତ୍ୟୁ ସମୟ ଏବଂ ପୋଷ୍ଟମର୍ଟମ ପ୍ରକ୍ରିୟା ବିଳମ୍ବ ହୋଇଥିଲା।

ଡାକ୍ତର କହିଛନ୍ତି, ପୋଷ୍ଟମର୍ଟମ ଆର.ଜି କର ମେଡିକାଲ କଲେଜରେ କରାଯାଇଥିଲା। ହେଲେ ଆନ୍ଦୋଳନ ତଥା ସ୍ବଚ୍ଛତା ଦାବି ମଧ୍ୟରେ ଏହା ଅନ୍ୟ ମେଡିକାଲ କଲେଜରେ କରାଯିବାର ଥିଲା। ପୋଲିସର କର୍ଡନ ଏବଂ ଭାଇରାଲ ଭିଡିଓର ଅସଙ୍ଗତି ସନ୍ଦେହ ବଢାଉଛି କି କ୍ରାଇମସିନରେ ପ୍ରମାଣ ନଷ୍ଟ କରାଯାଇଥାଇପାରେ।

ସୋମବାର ସିବିଆଇ ଆର୍‌.ଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସପାଲ ଡକ୍ଟର ସନ୍ଦୀପ ଘୋଷଙ୍କୁ ଗିରଫ କରିଛି। ସନ୍ଦୀପ ଘୋଷଙ୍କୁ ଗିରଫ କରିବାର ଏକ ଘଣ୍ଟା ମଧ୍ୟରେ ସିବିଆଇ ଅଧିକାରୀମାନେ ଆଉ ତିନି ଜଣଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri