Posted inଜାତୀୟ

କୋଲକତା ଟ୍ରେନି ଡାକ୍ତରଙ୍କ ବଳାତ୍କାର ମାମଲା: ନାଇଟ୍‌ ଶିଫ୍ଟରେ ଥିବା ଡାକ୍ତର କଲେ ଆଶ୍ଚର୍ଯ୍ୟଜନକ ଖୁଲାସା, କହିଲେ…

କୋଲକାତା,୨।୯: କୋଲକାତାର ଆର୍‌.ଜି କର ହସ୍ପିଟାଲରେ ୩୧ ବର୍ଷିୟ ଟ୍ରେନି ଡାକ୍ତରଙ୍କ ବଳାତ୍କାର ଏବଂ ହତ୍ୟା ମାମଲାକୁ ନେଇ ଦେଶରେ ଚର୍ଚ୍ଚା ରହିଛି। ୮ ଅଗଷ୍ଟ ଏହି ଘଟଣା ଦିନ ଡକ୍ତର ତାପସ ପ୍ରୋମାନିକ ହସ୍ପିଟାଲର ଏମରଜେନ୍ସି ଓ୍ବାର୍ଡରେ ଥିଲେ। ସେ ଟ୍ରେନି ଡାକ୍ତରଙ୍କ ମୃତଦେହ ମିଳିବା ପରେ ଅନୁସନ୍ଧାନ ସମ୍ପର୍କରେ ଅନେକ ଅସଙ୍ଗତି ଉପରେ ପ୍ରଶ୍ନ ଉଠାଇଛନ୍ତି।

ସେ ସେହିଦିନର ଘଟଣା ସମ୍ପର୍କରେ କହିଛନ୍ତି, ୮ ଅଗଷ୍ଟ ରାତି ସମୟ ପ୍ରାୟ ୯ଟାରୁ ତା’ପର ଦିନ ସକାଳ ୯ଟା ପର୍ଯ୍ୟନ୍ତ ଡ୍ୟୁଟିରେ ଥିଲେ। ଘରକୁ ଯିବା ପରେ ସକାଳ ୧୧.୪୫ରେ ହ୍ବାଟ୍ପଆପ୍‌ ଗ୍ରୁପ୍‌ ମାଧ୍ୟମରେ ଜଣାପଡିଲା କି ରାତିରେ ଏଭଳି ଘଟଣା ହୋଇଛି। ହସ୍ପିଟାଲକୁ ଫୋନ କରି ବଝିଲା ବେଳକୁ ହସ୍ପିଟାଲର ୩ ମହଲାରେ ମୃତଦେହ ମିଳିଛି। ବାସ୍ତବରେ ସକାଳ ୯ଟା ପର୍ଯ୍ୟନ୍ତ ଏହି ଘଟଣା ସମ୍ପର୍କରେ କାହାକୁ ଖବର ନ ଥିଲା।

ଏହି ମାମଲାରେ ଡେଥ୍‌ ସାର୍ଟିଫିକେଟ୍‌ ୧୨.୪୫ରେ ଜାରି ହୋଇଥିଲା। ହେଲେ କୋଲକାତା ପୋଲିସ ଷ୍ଟେଶନ ମୁତାବକ, ସକାଳ ୯.୪୫ରେ ମୃତଦେହ ମିଳିଥିଲା। କିନ୍ତୁ ଏଠାରେ ପ୍ରଶ୍ନ ହେଉଛି ଯେ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆଫିଡେଭିଟ୍‌ କୁହାଯାଇଛି ଯେ ମୃତଦେହ ଅଗଷ୍ଟ ୯ ତାରିଖ ସକାଳ ପ୍ରାୟ ୧୦ଟା ସମୟରେ ମିଳିଥିଲା। ହେଲେ ଦିନ ୧୨.୪୫ରେ ମୃତ୍ୟୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ୯.୪୫ରୁ ୧୨.୪୫ ପ୍ରାୟ ୩ ଘଣ୍ଟା ମଧ୍ୟରେ କ’ଣ ହୋଇଥିଲା ବୋଲି ଡାକ୍ତର ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri