କୋହଲିଙ୍କ ସାମ୍ନାରେ ମାତ୍ର ୮୫ ରନ୍‌ ଲକ୍ଷ୍ୟ ରଖିଲା କୋଲକାତା

ଆବୁଧାବି, ୨୧।୧୦: ଆଇପିଏଲ୍‌ ୧୩ତମ ସିଜନର ୩୯ତମ ମ୍ୟାଚ୍‌ରେ ବୁଧବାର ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)ର ମୁକାବିଲା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ସହ ହୋଇଛି। ଏହି ମ୍ୟାଚରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା କେକେଆର୍‌ ବେଶ୍‌ ନୈରାଶ୍ୟଜନକ ପ୍ରଦର୍ଶନ କରିଛି। କୋଲକାତା ସମ୍ପୂର୍ଣ୍ଣ ୨୦ ଓଭର ବ୍ୟାଟିଂ କରିଥିଲେ ମଧ୍ୟ ୮ ଉଇକେଟ୍‌ ହରାଇ ମାତ୍ର ୮୪ ରନ୍‌ ସଂଗ୍ରହ କରିଛି। ଫଳରେ ବିରାଟ କୋହଲିଙ୍କ ଦଳ ବାଙ୍ଗାଲୋର ସାମ୍ନାରେ ବିଜୟ ଲାଗି ୮୫ ରନ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। କୋଲକାତା ପକ୍ଷରୁ ଅଧିନାୟକ ଇଅନ ମୋର୍ଗାନ (୩୦ ରନ)ଙ୍କୁ ଛାଡ଼ି ଦେଲେ ଆଉ କେହି ଆଖିଦୃଶିଆ ପ୍ରଦର୍ଶନ କରିପାରି ନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶୁବମନ ଗିଲ (୧), ରାହୁଲ ତ୍ରିପାଠୀ (୧), ନୀତୀଶ ରାଣା (୦), ଟମ୍‌ ବଣ୍ଟନ (୧୦), ଦୀନେଶ କାର୍ତ୍ତିକ (୪), ପ୍ୟାଟ୍‌ କୁମିନ୍ସ (୪) ନିରାଶ କରିଥିଲେ। ତେବେ କୁଲଦୀପ ଯାଦବ (୧୨) ଓ ଲୋକି ଫର୍ଗୁସନ (୧୯*) ଶେଷ ଭାଗରେ କିଛିଟା ସଂଘର୍ଷପୂର୍ଣ୍ଣ ବ୍ୟାଟିଂ କରିଥିଲେ। ବାଙ୍ଗାଲୋର ପକ୍ଷରୁ ମହମ୍ମଦ ସିରାଜ (୪-୨-୮-୩) ବେଶ୍‌ ମାରାତ୍ମକ ବୋଲିଂ କରିଥିଲେ। ଆଇପିଏଲ୍‌ ଇତିହାସରେ କୌଣସି ଦଳ ସଂପୂର୍ଣ୍ଣ ୨୦ ଓଭର ବ୍ୟାଟିଂ କରି ସର୍ବନିମ୍ନ ସ୍କୋର କରିବାର ଅଲୋଡ଼ା ରେକର୍ଡ ଏବେ କୋଲକାତା ନାମରେ ଲିପିବଦ୍ଧ ହୋଇଛି। ପୂର୍ବରୁ କିଙ୍ଗ୍ସ ଇଲେଭେନ ପଞ୍ଜାବ (୯୨/୮ ବନାମ ଚେନ୍ନାଇ) ନାମରେ ଏହି ରେକର୍ଡ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri