Posted inଖେଳ

ନିର୍ଣ୍ଣାୟକ ମୋଡ଼ରେ କୋଲକାତା ଟେଷ୍ଟ: ଗୋଟିଏ ଦିନରେ ପଡ଼ିଲା ୧୬ ଉଇକେଟ

କୋଲକାତା,୧୫ା୧୧: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ମ୍ୟାଚ୍‌ର ପ୍ରଥମ ଦିନରେ ୧୧ ଉଇକେଟର ପତନ ଘଟିଥିବା ବେଳେ ଦ୍ୱିତୀୟ ଦିନ ୧୬ ଉଇକେଟ ପତନ ଘଟିଛି। ଏଭଳି ଫଳାଫଳ ଉଭୟ ଦଳର ବୋଲରଙ୍କ ପତିଆରାକୁ ଦର୍ଶାଉଛି। ପ୍ରଥମ ଇନିଂସରେ ଦକ୍ଷିଣ ଆଫ୍ରିକା ୧୫୯ ରନ କରିଥିବା ବେଳେ ଭାରତୀୟ ଦଳ ୧୮୯ ରନରେ ଅଲଆଉଟ୍‌ ହୋଇଯାଇଛି। ଫଳରେ ୩୦ ରନରେ ପଛୁଆ ଥିବା ଦକ୍ଷିଣ ଆଫ୍ରିକା ତା’ର ଦ୍ୱିତୀୟ ଇନିଂସରେ ଦ୍ୱିତୀୟ ଦିନ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ୭ ଉଇକେଟ ହରାଇ ୯୩ ରନ କରିଛି। ଘରୋଇ ଦଳ ପାଇଁ ରବୀନ୍ଦ୍ର ଜାଡେଜା ୪ ଓ କୁଲଦୀପ ଯାଦବ ୨ ଉଇକେଟ ଅକ୍ତିଆର କରିଛନ୍ତି। ଭ୍ରମଣକାରୀ ଦଳ ବର୍ତ୍ତମାନ ୬୩ ରନରେ ଆଗୁଆ ଥିବା ବେଳେ ହାତରେ ୩ ଉଇକେଟ ସୁରକ୍ଷିତ ରଖିଛି। ଷ୍ଟମ୍ପ୍ସ ଅପସାରଣ ବେଳକୁ ଟେମ୍ବା ବଭୁମା ୨୯ ଓ କର୍ଭିନ ବୋଶ୍ଚ ୧ ରନରେ ଅପରାଜିତ ରହିଛନ୍ତି।

ଦ୍ୱିତୀୟ ଦିନ ତଥା ଶନିବାର ଭାରତୀୟ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୭/୧ରୁ ବ୍ୟାଟିଂ ଆରମ୍ଭ କରିଥିଲା। ପୂର୍ବ ଦିନର ଦୁଇ ଅପରାଜିତ ବ୍ୟାଟର ଲୋକେଶ ରାହୁଲ ଓ ଓ୍ବାଶିଂଟନ ସୁନ୍ଦର ଧୈର୍ଯ୍ୟର ସହ ବ୍ୟାଟିଂ କରି ଦ୍ୱିତୀୟ ଉଇକେଟରେ ୫୭ ରନ ଯୋଡ଼ିଥିଲେ।

ରାହୁଲ ୩୯ (୪ ଚୌକା ଓ ୧ ଛକା) ଓ ସୁନ୍ଦର ୨୯ (୨ ଚୌକା ଓ ୧ ଛକା) ରନ କରି ପାଭିଲିଅନ ଫେରିଥିଲେ। ଅଧିନାୟକ ଶୁବମନ ଗିଲ(୪) ରିଟାୟର୍ଡ ଆଉଟ୍‌ ହୋଇଥିଲେ। ଏହାପରେ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଏକଦା ୧୩୨ ରନରେ ୩ ଉଇକେଟ ହରାଇଥିବା ଭାରତୀୟ ଦଳ ପରବର୍ତ୍ତୀ ୫୭ ରନ ମଧ୍ୟରେ ବଳକା ୭ ଉଇକେଟ ହରାଇଥିଲା।

ଫଳରେ ଭାରତୀୟ ଦଳ ୧୮୯ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପାଇଁ ଉପ ଅଧିନାୟକ ରିଷଭ ପନ୍ତ ଓ ରବୀନ୍ଦ୍ର ଜାଡେଜା ୨୭ ଲେଖାଏ ରନ କରିଥିବା ବେଳେ ଧ୍ରୁବ ଜୁରେଲ ୧୪ ଓ ଅକ୍ଷର ପଟେ ୧୬ ରନ କରିଥିଲେ। ବୋଲିଂରେ ଭ୍ରମଣକାରୀ ଦଳ ପକ୍ଷରୁ ସିମନ ହାର୍ମର ୪ ଓ ମାର୍କୋ ଜାନସେନ ୩ ଉଇକେଟ ନେଇଥିବା ବେଳେ କେଶଭ ମହାରାଜ ଓ କର୍ବିନ ବୋଶ୍ଚ ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri