Posted inଖେଳ

ନିର୍ଣ୍ଣାୟକ ମୋଡ଼ରେ କୋଲକାତା ଟେଷ୍ଟ: ଗୋଟିଏ ଦିନରେ ପଡ଼ିଲା ୧୬ ଉଇକେଟ

କୋଲକାତା,୧୫ା୧୧: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ମ୍ୟାଚ୍‌ର ପ୍ରଥମ ଦିନରେ ୧୧ ଉଇକେଟର ପତନ ଘଟିଥିବା ବେଳେ ଦ୍ୱିତୀୟ ଦିନ ୧୬ ଉଇକେଟ ପତନ ଘଟିଛି। ଏଭଳି ଫଳାଫଳ ଉଭୟ ଦଳର ବୋଲରଙ୍କ ପତିଆରାକୁ ଦର୍ଶାଉଛି। ପ୍ରଥମ ଇନିଂସରେ ଦକ୍ଷିଣ ଆଫ୍ରିକା ୧୫୯ ରନ କରିଥିବା ବେଳେ ଭାରତୀୟ ଦଳ ୧୮୯ ରନରେ ଅଲଆଉଟ୍‌ ହୋଇଯାଇଛି। ଫଳରେ ୩୦ ରନରେ ପଛୁଆ ଥିବା ଦକ୍ଷିଣ ଆଫ୍ରିକା ତା’ର ଦ୍ୱିତୀୟ ଇନିଂସରେ ଦ୍ୱିତୀୟ ଦିନ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ୭ ଉଇକେଟ ହରାଇ ୯୩ ରନ କରିଛି। ଘରୋଇ ଦଳ ପାଇଁ ରବୀନ୍ଦ୍ର ଜାଡେଜା ୪ ଓ କୁଲଦୀପ ଯାଦବ ୨ ଉଇକେଟ ଅକ୍ତିଆର କରିଛନ୍ତି। ଭ୍ରମଣକାରୀ ଦଳ ବର୍ତ୍ତମାନ ୬୩ ରନରେ ଆଗୁଆ ଥିବା ବେଳେ ହାତରେ ୩ ଉଇକେଟ ସୁରକ୍ଷିତ ରଖିଛି। ଷ୍ଟମ୍ପ୍ସ ଅପସାରଣ ବେଳକୁ ଟେମ୍ବା ବଭୁମା ୨୯ ଓ କର୍ଭିନ ବୋଶ୍ଚ ୧ ରନରେ ଅପରାଜିତ ରହିଛନ୍ତି।

ଦ୍ୱିତୀୟ ଦିନ ତଥା ଶନିବାର ଭାରତୀୟ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୭/୧ରୁ ବ୍ୟାଟିଂ ଆରମ୍ଭ କରିଥିଲା। ପୂର୍ବ ଦିନର ଦୁଇ ଅପରାଜିତ ବ୍ୟାଟର ଲୋକେଶ ରାହୁଲ ଓ ଓ୍ବାଶିଂଟନ ସୁନ୍ଦର ଧୈର୍ଯ୍ୟର ସହ ବ୍ୟାଟିଂ କରି ଦ୍ୱିତୀୟ ଉଇକେଟରେ ୫୭ ରନ ଯୋଡ଼ିଥିଲେ।

ରାହୁଲ ୩୯ (୪ ଚୌକା ଓ ୧ ଛକା) ଓ ସୁନ୍ଦର ୨୯ (୨ ଚୌକା ଓ ୧ ଛକା) ରନ କରି ପାଭିଲିଅନ ଫେରିଥିଲେ। ଅଧିନାୟକ ଶୁବମନ ଗିଲ(୪) ରିଟାୟର୍ଡ ଆଉଟ୍‌ ହୋଇଥିଲେ। ଏହାପରେ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଏକଦା ୧୩୨ ରନରେ ୩ ଉଇକେଟ ହରାଇଥିବା ଭାରତୀୟ ଦଳ ପରବର୍ତ୍ତୀ ୫୭ ରନ ମଧ୍ୟରେ ବଳକା ୭ ଉଇକେଟ ହରାଇଥିଲା।

ଫଳରେ ଭାରତୀୟ ଦଳ ୧୮୯ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପାଇଁ ଉପ ଅଧିନାୟକ ରିଷଭ ପନ୍ତ ଓ ରବୀନ୍ଦ୍ର ଜାଡେଜା ୨୭ ଲେଖାଏ ରନ କରିଥିବା ବେଳେ ଧ୍ରୁବ ଜୁରେଲ ୧୪ ଓ ଅକ୍ଷର ପଟେ ୧୬ ରନ କରିଥିଲେ। ବୋଲିଂରେ ଭ୍ରମଣକାରୀ ଦଳ ପକ୍ଷରୁ ସିମନ ହାର୍ମର ୪ ଓ ମାର୍କୋ ଜାନସେନ ୩ ଉଇକେଟ ନେଇଥିବା ବେଳେ କେଶଭ ମହାରାଜ ଓ କର୍ବିନ ବୋଶ୍ଚ ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

UPI Charges: ଦୋକାନୀମାନଙ୍କୁ ସେମାନଙ୍କର UPI ସ୍କାନର୍‌ ଏବଂ ସାଉଣ୍ଡବକ୍ସ ବଦଳାଇବାକୁ ପଡ଼ିବ? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୧୬।୯: ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ (NPCI) ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର କାରବାର ଉପରେ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR)ଯାହା ମୁଖ୍ୟତଃ ଏକ UPI…

UPI ନା Cash, କେଉଁଥରେ ଟଙ୍କା ଅଧିକ ସଞ୍ଚୟ ହୁଏ? ସତ ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୧୬।୯: ଭାରତୀୟ ଡିଜିଟାଲ ଅର୍ଥନୀତିରେ ଆଜିକାଲି UPIକୁ ନେଇ ଏକ ନୂଆ ବିତର୍କ ଓ ବିବାଦ ଦେଖାଦେଇଛି। କେନ୍ଦ୍ର ସରକାର ଏବଂ NPCI ଦ୍ୱାରା ୨୦୦୦ ଟଙ୍କାରୁ…

ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା

ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B)…

ଭାଜପାର ଟେନସନ ବଢାଇଲେ ଜଣେ ପୂର୍ବତନ ଭାଜପା ନେତା? ଜାଣନ୍ତୁ କ’ଣ କଲେ

ଲକ୍ଷ୍ନୌ,୧୬।୯: ଉତ୍ତର ପ୍ରଦେଶ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ବର୍ଦ୍ଧିତ ଆହ୍ବାନର ସମ୍ମୁଖୀନ ହୋଇପାରେ। କର୍ଣ୍ଣି ସେନା ରାଜ୍ୟରେ ୫୦ଟି ଆସନରେ ନିର୍ବାଚନ ଲଢ଼ିବାକୁ ଯୋଜନା…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?