Posted inଜାତୀୟ

ଟ୍ରେନି ମହିଳା ଡାକ୍ତରଙ୍କୁ ହତ୍ୟା ଘଟଣା: ସେଦିନ ରାତିରେ କ’ଣ ସବୁ ଘଟିଥିଲା ଆଜି ୪ ଡାକ୍ତରଙ୍କୁ ପଚରାଉଚରା କରିବ ସିବିଆଇ

କୋଲକାତା,୧୬ା୮: ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାରେ ଶୁକ୍ରବାର କୋଲକାତାର ସଲ୍ଟ ଲେକ୍‌ସ୍ଥିତ ସିଜିଓ କମ୍ପ୍ଲେକ୍ସରେ ସିବିଆଇର ସ୍ବତନ୍ତ୍ର କ୍ରାଇମ ବ୍ରାଞ୍ଚ ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ୪ ଜଣ ଡାକ୍ତରଙ୍କୁ ପଚରାଉଚରା ପାଇଁ ଡକାଯାଇଛି। ଘଟଣାର ରାତିରେ ଯାହା ଘଟିଥିଲା ସେ ସମ୍ପର୍କରେ ସିବିଆଇ ଏହି ପିଜିଟି (PG Trainee Doctor)ଙ୍କୁ ପଚରାଉଚରା କରିବ। ସିବିଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ମହିଳା ଡାକ୍ତରଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସଞ୍ଜୟ ରାୟଙ୍କୁ ପଶ୍ଚିମବଙ୍ଗର କୋଲକାତା ସିଜିଓ କମ୍ପ୍ଲେକ୍ସରେ ଥିବା ସିବିଆଇର ସ୍ବତନ୍ତ୍ର କ୍ରାଇମ ଶାଖାରୁ ଅଣାଯାଇ ତାଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri