Posted inଜାତୀୟ

ମହିଳାଙ୍କୁ ଗଣବଳାତ୍କାର କରି ଲୁଟି ନେଲେ ୧୫ ଲକ୍ଷ ଟଙ୍କା

କୋଲକାତା,୮।୭: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ଗାର୍ଡେନ ରିଚ ଅଞ୍ଚଳରେ ଜଣେ ୨୬ ବର୍ଷୀୟା ମହିଳାଙ୍କୁ ତାଙ୍କ ଆପର୍ଟମେଣ୍ଟରେ ଗଣବଳାତ୍କାର କରାଯାଇଛି। ଅଭିଯୁକ୍ତମାନେ ମହିଳାଙ୍କ ଫ୍ଲାଟରୁ ୧୫ ଲକ୍ଷ ଟଙ୍କା ଚୋରି କରି ନେଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଏହି ଘଟଣା ଘଟିଛି। ଘଟଣାବେଳେ ମହିଳା ଫ୍ଲାଟରେ ଏକୁଟିଆ ଥିଲେ। ତାଙ୍କ ମେଡିକାଲ ରିପୋର୍ଟରୁ ବଳାତ୍କାର ସ୍ପଷ୍ଟ ହୋଇଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।

”ମହିଳା ଜଣଙ୍କ ଫ୍ଲାଟରେ ଦୁଇ-ତିନି ଜଣ ଅଜଣା ବ୍ୟକ୍ତିଙ୍କୁ କାହିଁକି ପ୍ରବେଶ କରିବାକୁ ଦେଲେ, ତାହା ଜଣାପଡ଼ି ନାହିଁ। ଆମେ ଜାଣିବାକୁ ଚେଷ୍ଟା କରୁଛୁ ପୀଡ଼ିତା ସେମାନଙ୍କୁ ଜାଣି ଥିଲେ କି। ତାଙ୍କୁ ବଳାତ୍କାର କରିବା ପରେ ୧୫ ଲକ୍ଷ ଟଙ୍କା ଲୁଟି ନେଇଥିବା ପୋଲିସ ଅଧିକାରୀ କହିଛନ୍ତି। ପୀଡ଼ିତା ବୁଧବାର ଗାର୍ଡେନ ରିଚ୍‌ ଥାନାରେ ଅଭିଯୋଗ କରିବା ପରେ କୋଲକାତା ପୋଲିସର ଗୁପ୍ତଚର ବିଭାଗ ତଦନ୍ତ ଆରମ୍ଭ କରିଛି।

ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି, ମହିଳାଙ୍କୁ ବଳାତ୍କାର କରିବା ପୂର୍ବରୁ ବାନ୍ଧି ଦିଆଯାଇଥିଲା। ଆମେ ଫ୍ଲାଟରୁ ନମୁନା ସଂଗ୍ରହ କରିବା ସହ ଅଞ୍ଚଳର ସିସିଟିଭି ଯାଞ୍ଚ କରୁଛୁ ବୋଲି ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri