Posted inଜାତୀୟ

ମହିଳାଙ୍କୁ ଗଣବଳାତ୍କାର କରି ଲୁଟି ନେଲେ ୧୫ ଲକ୍ଷ ଟଙ୍କା

କୋଲକାତା,୮।୭: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ଗାର୍ଡେନ ରିଚ ଅଞ୍ଚଳରେ ଜଣେ ୨୬ ବର୍ଷୀୟା ମହିଳାଙ୍କୁ ତାଙ୍କ ଆପର୍ଟମେଣ୍ଟରେ ଗଣବଳାତ୍କାର କରାଯାଇଛି। ଅଭିଯୁକ୍ତମାନେ ମହିଳାଙ୍କ ଫ୍ଲାଟରୁ ୧୫ ଲକ୍ଷ ଟଙ୍କା ଚୋରି କରି ନେଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଏହି ଘଟଣା ଘଟିଛି। ଘଟଣାବେଳେ ମହିଳା ଫ୍ଲାଟରେ ଏକୁଟିଆ ଥିଲେ। ତାଙ୍କ ମେଡିକାଲ ରିପୋର୍ଟରୁ ବଳାତ୍କାର ସ୍ପଷ୍ଟ ହୋଇଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।

”ମହିଳା ଜଣଙ୍କ ଫ୍ଲାଟରେ ଦୁଇ-ତିନି ଜଣ ଅଜଣା ବ୍ୟକ୍ତିଙ୍କୁ କାହିଁକି ପ୍ରବେଶ କରିବାକୁ ଦେଲେ, ତାହା ଜଣାପଡ଼ି ନାହିଁ। ଆମେ ଜାଣିବାକୁ ଚେଷ୍ଟା କରୁଛୁ ପୀଡ଼ିତା ସେମାନଙ୍କୁ ଜାଣି ଥିଲେ କି। ତାଙ୍କୁ ବଳାତ୍କାର କରିବା ପରେ ୧୫ ଲକ୍ଷ ଟଙ୍କା ଲୁଟି ନେଇଥିବା ପୋଲିସ ଅଧିକାରୀ କହିଛନ୍ତି। ପୀଡ଼ିତା ବୁଧବାର ଗାର୍ଡେନ ରିଚ୍‌ ଥାନାରେ ଅଭିଯୋଗ କରିବା ପରେ କୋଲକାତା ପୋଲିସର ଗୁପ୍ତଚର ବିଭାଗ ତଦନ୍ତ ଆରମ୍ଭ କରିଛି।

ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି, ମହିଳାଙ୍କୁ ବଳାତ୍କାର କରିବା ପୂର୍ବରୁ ବାନ୍ଧି ଦିଆଯାଇଥିଲା। ଆମେ ଫ୍ଲାଟରୁ ନମୁନା ସଂଗ୍ରହ କରିବା ସହ ଅଞ୍ଚଳର ସିସିଟିଭି ଯାଞ୍ଚ କରୁଛୁ ବୋଲି ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri