ଆରମ୍ଭ ହେଲା କୋଣାର୍କ ଉତ୍ସବ

କୋଣାର୍କ,୨ା୧୨(ଜ୍ୟୋତିରାଜ ମହାନ୍ତି): କୋଣାର୍କ ସ୍ଥିତ ସୂର୍ଯ୍ୟ ମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଆରମ୍ଭ ହୋଇଛି  ୩୬ତମ କୋଣାର୍କ ଉତ୍ସବ। ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ, ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଆନୁକୂଲ୍ୟରେ ଆୟୋଜିତ ଏହି ଉତ୍ସବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରି ଏହା ଉତ୍କଳୀୟ ଐତିହ୍ୟ, ସ୍ଥାପତ୍ୟ, ପରମ୍ପରା ଓ ଓଡ଼ିଆ ଅସ୍ମିତାର ପ୍ରତୀକ ଓ ପଥ ପ୍ରଦର୍ଶକ ବୋଲି କହିଛନ୍ତି।
ଉଦ୍‌ଘାଟନୀ ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା, ଜଗତ୍‌ସିଂହପୁର ଏମ୍‌ପି ବିଭୁ ପ୍ରସାଦ ତରାଇ, କାକଟପୁର ବିଧାୟକ ତୁଷାରକାନ୍ତି ବେହେରା, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ୍‌ ପ୍ରକାଶ ମିଶ୍ର, ବ୍ରହ୍ମଗରି ବିଧାୟିକା ଉପାସନା ମହାପାତ୍ର, ପୁରୀ ବିଧାୟକ ସୁନୀଲ କୁମାର ମହାନ୍ତି, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର, ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଓ ଏସ୍‌ପି ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ।
କୋଣାର୍କ ଉତ୍ସବର ପ୍ରଥମ ସାରେ ଓଡ଼ିଆ ଅସ୍ମିତାର ପ୍ରତୀକ ଓଡ଼ିଶୀ ନୃତ୍ୟ ବିଶିଷ୍ଟ ନୃତ୍ୟଶିଳ୍ପୀ ସୋନାଲି ମହାପାତ୍ର ଓ ସାଥୀ କଳାକାରଙ୍କ ଦ୍ୱାରା ଶାସ୍ତ୍ରୀୟ ଓଡ଼ିଶୀ ନୃତ୍ୟ ପରିବେଷଣ କରାଯାଇଥିଲା। ପ୍ରଥମ ପ୍ରସ୍ତୁତିରେ ସନ୍ଥ ତୁଳସୀ ଦାସଙ୍କ ଦ୍ୱାରା ରଚିତ ହନୁମାନ ଚାଳିଶା ପରିବେଷଣ ହୋଇଥିଲା, ଯାହାର ସଙ୍ଗୀତ ସଂଯୋଜନା କରିଥିଲେ ଅଭିରାମ ନନ୍ଦ ଓ ନୃତ୍ୟ ସଂରଚନା କରିଥିଲେ ଗୁରୁ ସୋନାଲି ମହାପାତ୍ର।
 ଦ୍ବିତୀୟ ପ୍ରସ୍ତୁତିରେ ସାରଙ୍ଗ ପଲ୍ଲବୀ ଏକ ଶୁଦ୍ଧ ଖଣ୍ଡ ଯେଉଁଥିରେ ଗତି ଓ ସଂଗୀତ ଏକ ପ୍ରସ୍ଫୁଟିତ ଫୁଲ ପରି ସୁନ୍ଦର ଓ ମନୋରମ ଭାବ ପ୍ରକଟିତ କରିଥିଲା। ଉଦ୍‌ଘାଟନୀ ଉତ୍ସବର ଦ୍ୱିତୀୟାର୍ଦ୍ଧରେ ଓଡ଼ିଶୀ ନୃତ୍ୟରେ ଶିଳ୍ପୀଙ୍କ ଦ୍ୱାରା ଚାରିଯୁଗ ପରିବେଷଣ କରାଯାଇଥିଲା। ଏଥିରେ ଦେବୀଦୁର୍ଗାଙ୍କ ଶକ୍ତି ଓ ଦିବ୍ୟ ମହିମାକୁ ନେଇ ପରିବେଷଣ ନୃତ୍ୟ ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ଶେଷରେ ଗୁରୁ ଆନନ୍ଦ ଶଙ୍କର ଜୟନ୍ତ ଓ ସାଥୀ କଳାକାରଙ୍କ ଦ୍ୱାରା ଭାରତନାଟ୍ୟମ୍‌ ନୃତ୍ୟ ପରିବେଷଣ କରାଯାଇଥିଲା। ଭକ୍ତ ରାମଦାସଙ୍କ ଦ୍ୱାରା ତେଲୁଗୁ ଭାଷାରେ ରଚିତ ମହାବିଷ୍ଣୁଙ୍କ ଦଶାବତାର ନେଇ ଦଶାବତାର ବର୍ଣ୍ଣିତ ଦଶାବତାରମ ପରିବେଷଣ କରାଯାଇଥିଲା। ସେମାନଙ୍କ ପ୍ରସ୍ତୁତିରେ ଦେବୀ ଉପସକମ୍‌ ଓ ଶେଷରେ ଭାରତନାଟ୍ୟମ୍‌ର ସ୍ଥାପତ୍ୟ ଓ ସୌନ୍ଦର୍ଯ୍ୟକରଣ ମାଧ୍ୟମରେ ସର୍ବଜ୍ଞ, ସର୍ବବ୍ୟାପୀ ଭଗବାନ ଶିବଙ୍କର ଏକ ଅର୍ଘ୍ୟ ପରିବେଷଣ କରାଯାଇଥିଲା। ଉଦ୍‌ଘାଟନୀ ସମାରୋହକୁ ମୃତ୍ୟୁଞ୍ଜୟ ରଥ ଓ ନାଜିଆ ଆଲାମ ସଂଯୋଜନା କରିଥିଲେ। ଏଥିରେ ସହକାରୀ ପର୍ଯ୍ୟଟନ ନିର୍ଦ୍ଦେଶକ ସରୋଜକାନ୍ତ ପ୍ରଧାନ, କୋଣାର୍କ ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ଅମିୟ ରଞ୍ଜନ ସେଠୀଙ୍କ ସମେତ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ସଙ୍ଗୀତ ନାଟକ ଏକାଡେମୀର ପଦାଧିକାରୀମାନେ ପରିଚାଳନାରେ ସହଯୋଗ କରିଥିଲେ।
ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବେଳାଭୂମି କୂଳରେ ଆଯୋଜିତ ୧୫ତମ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିଲେ। ପଦ୍ମଶ୍ରୀ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ବାଲୁକା କଳା ମହୋତ୍ସବରେ ସ୍ପେନ, ରୁଷିଆ, ଜାପାନ, ପର୍ତ୍ତୃଗାଲ ଓ ଶ୍ରୀଲଙ୍କା ପ୍ରମୁଖ ଦେଶରୁ ୫ଜଣ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଯୋଗଦାନ କରିଛନ୍ତି। ଭାରତର ବିଭିନ୍ନ ରାଜ୍ୟ ଓ ଓଡ଼ିଶାରୁ ୧୪୧ଜଣ ବାଲୁକା ଶିଳ୍ପୀ ଅଂଶଗ୍ରହଣ କରିଛନ୍ତି।
ଉଦ୍‌ଘାଟନୀ ସାରେ ଚନ୍ଦ୍ରଭାଗା ବେଳାଭୂମି କୂଳରେ ପୁରୁଷ ବାଲୁକା ଶିଳ୍ପୀମାନେ ମନ୍ଦିର ଓ ଐତିହ୍ୟ ଏବଂ ପ୍ରାଚୀନ ସ୍ଥାପତ୍ୟ ଉପରେ ଆକର୍ଷଣୀୟ ମନୋରମ ବାଲୁକା କଳା ପ୍ରଦର୍ଶନ କରିଥିଲେ। ମହିଳା ବାଲୁକା ଶିଳ୍ପୀମାନେ ଓଡ଼ିଆ ଅସ୍ମିତା ଓ ସଂସ୍କୃତିର ପ୍ରତୀକ ସାଂସ୍କୃତିକ ମେଳା ଉପରେ ମନୋରମ ବାଲୁକା କଳା ପ୍ରଦର୍ଶନ କରିଥିଲେ। ଏହି ପରିପ୍ରେକ୍ଷୀରେ ମହୋତ୍ସବ ସ୍ଥାନରେ ବାଲୁକା କଳା ଉପରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ନିର୍ମିତ ବାଲୁକା କଳା ଗ୍ୟାଲେରିକୁ ମୁଖ୍ୟମନ୍ତ୍ରୀ ମାଝୀ ବୁଲି ଦେଖିଥିଲେ। ଏହି ପରିପ୍ରେକ୍ଷୀରେ ବାଲୁକା କଳା ମହୋତ୍ସବ ନିମନ୍ତେ ଆକର୍ଷଣୀୟ ସାଜସଜ୍ଜା ଓ ବ୍ୟାପକ ଆଲୋକ ବ୍ୟବସ୍ଥା କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri