ବାପା ସାଜିଲା ସଇତାନ, ବାରମ୍ବାର ବଳାତ୍କାର ପରେ ଅତିଷ୍ଠ ହୋଇ ଜୀବନ ହାରିଲା ଝିଅ

କୋଣାର୍କ,୧୯।୨:(ଜ୍ୟୋତିରାଜ ମହାନ୍ତି): ବାପା ନିଜ ଝିଅକୁ ବଳାତ୍କାର କରିବା ପରେ ଝିଅ ଲଜ୍ଜା ସହି ନ ପାରି ଆତ୍ମହତ୍ୟା କରିଥିବା ନେଇ ମା’ ସଙ୍ଗିନ ଅଭିଯୋଗ ଆଣିଛନ୍ତି। କୋଣାର୍କ ଥାନା ଅଞ୍ଚଳରେ ଏପରି ଅମାନବୀୟ ଘଟଣା ଘଟିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୪/୨୪) ରୁଜୁ କରି ବ୍ୟବଚ୍ଛେଦ ନିମନ୍ତେ ମୃତଦେହକୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।

ସୂଚନା ମୁତାବକ, ଅଭିଯୁକ୍ତ ବାପା ନବମ ଶ୍ରେଣୀରେ ପଢୁଥିବା ତାଙ୍କ ନାବାଳିକା ବଡ଼ ଝିଅ ଉପରେ କିଛିଦିନ ହେବ ଖରାପ ନଜର ରଖିଥିଲେ। ଏନେଇ ନାବାଳିକା ତାଙ୍କ ମା’ଙ୍କୁ ଅଭିଯୋଗ କରିଥିଲେ। ସମାଜରେ ମାନସମ୍ମାନ ହାନିକୁ ଦୃଷ୍ଟିରେ ରଖି ଏପରି ଘଟଣାକୁ ଘର ଭିତରେ ସୀମିତ ରଖିବା ସହ ଆଉ ଏଭଳି ଭୁଲ ନ କରିବାକୁ ମହିଳା ତାଙ୍କ ସ୍ବାମୀଙ୍କୁ ତାଗିଦା କରିଥିଲେ। ତେବେ ରବିବାର ସମ୍ପୃକ୍ତ ମହିଳା ଅନ୍ୟ ଜଣଙ୍କ ଘରକୁ କାମ କରିବାକୁ ଯାଇଥିବାବେଳେ ବାପା ଜଣକ ପୁଣି ତାଙ୍କ ଝିଅଙ୍କୁ ବଳାତ୍କାର କରିଥିଲେ।

ନାବାଳିକା ଝିଅ ଏହି ଲଜ୍ଜା ସହି ନ ପାରି ଶୋଇବା ଘରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ପରିବାର ସଦସ୍ୟ ଏହି ଘଟଣା ଜାଣିବା ପରେ ପୀଡ଼ିତାଙ୍କୁ ତୁରନ୍ତ ଗୋପ ଡାକ୍ତରଖାନାକୁ ନେଇଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପରିବାର ପକ୍ଷରୁ କୋଣାର୍କ ଥାନାରେ ଅଭିଯୋଗ ହେବା ପରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri