କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ ୧୭ ଇଞ୍ଚ୍‌) ର କୋର୍ ଡ୍ରିଲିଂ କାର୍ଯ୍ୟ କରାଯାଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ASI) ପକ୍ଷରୁ ଏହି ଡ୍ରିଲିଂ କରାଯିବା ପରେ ଗର୍ଭଗୃହକୁ ବାଟ ଫିଟିଛି। ଡ୍ରିଲିଂ ପରେ ସଂଗୃହୀତ ହୋଇଥିବା ବାଲି ଓ ପଥରର ନମୂନା ପରୀକ୍ଷଣ କରାଯିବ। ଏହି ପରୀକ୍ଷଣ ରିପୋର୍ଟ ଆସିବା ପରେ ଜଗମୋହନ ଓ ଗର୍ଭଗୃହର ପ୍ରକୃତ ସ୍ଥିତି ଜଣାପଡ଼ିବ।

ଏଏସ୍‌ଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ଖମାରୀ ଓ ପୂର୍ବତନ ଡିଜି ଏକେ ବାସାଙ୍କ ସମେତ ୧୦ ଜଣିଆ ବୈଷୟିକ କୋର୍ କମିଟି ଆଜି କୋଣାର୍କ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ର୍ବରୁ ରୋବୋଟିକ୍ କ୍ୟାମେରା ଦ୍ୱାରା ବାଲିର ସ୍ଥିତି ଆକଳନ କରାଯାଇଥିଲା। ବର୍ତ୍ତମାନ ପ୍ରକୃତ ସ୍ଥିତି ଅନୁଧ୍ୟାନ ପାଇଁ ମନ୍ଦିରର ପଶ୍ଚିମ ପାର୍ଶ୍ୱରେ ୮୦ ଫୁଟ ଉଚ୍ଚତାରେ ୧୬ ସେଣ୍ଟିମିଟରର ଏକ କ୍ଷୁଦ୍ର ଟନେଲ୍ ନିର୍ମାଣ କରିବାକୁ ନିଷ୍ପତ୍ତି ନିଆଯାଇଥିଲା।

ଇଂରେଜ ରାଜୁତି ସମୟରେ ବିଶ୍ୱପ୍ରସିଦ୍ଧ ଏହି କୀର୍ତ୍ତିରାଜିକୁ ସୁରକ୍ଷିତ ରଖିବା ପାଇଁ ୧୯୦୩ ରୁ ୧୯୦୯ ମସିହା ମଧ୍ୟରେ ଜଗମୋହନ ଗର୍ଭଗୃହରେ ବାଲି ଭର୍ତ୍ତି କରି ସମସ୍ତ ପ୍ରବେଶ ପଥକୁ ବନ୍ଦ କରି ଦିଆଯାଇଥିଲା। ଦୀର୍ଘ ୧୨୦ ବର୍ଷ ପରେ ଗର୍ଭଗୃହକୁ ପୁଣି ଖୋଲିବା ଏବଂ ବାଲି କାଢ଼ିବା ପାଇଁ ଏଏସ୍‌ଆଇ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ୨୦୨୨ ସେପ୍ଟେମ୍ବରରେ ଏହି କାର୍ଯ୍ୟର ଅନୁକୂଳ କରାଯାଇଥିଲେ ମଧ୍ୟ କିଛି କାରଣରୁ ବନ୍ଦ ରହିଥିବା ପ୍ରକ୍ରିୟା ଏବେ ପୁଣି ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ବୋହୁ, ନାତୁଣୀଙ୍କୁ ହାତୁଡିରେ ପିଟି ନିର୍ମମ ହତ୍ୟା: ପାଣିଟାଙ୍କି ଉପରେ ଲୁଚିଛନ୍ତି ଫେରାର୍‌ ଅଭିଯୁକ୍ତ

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣା। ଗାଁର ପାଣି ଟାଙ୍କି ଉପରେ ଲୁଚିଛନ୍ତି ଫେରାର୍‌ ହତ୍ୟା ଅଭିଯୁକ୍ତ। ଅଭିଯୁକ୍ତଙ୍କୁ ଧରିବା…

ସମର୍ଥନ ମିଳୁଛି, ସମାଧାନ ହେଉନି: ଚେତାବନୀ ଦେଲେ ଚାଷୀ

ବରଗଡ଼,୧୪।୩(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ଦାବିରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାନ ଗଦା କରି ଚାଲିଥିବା ଚାଷୀଙ୍କ ଆନ୍ଦୋଳନ ଶୁକ୍ରବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ସେମାନଙ୍କ ଧାନକ୍ରୟ…

କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ରବିବାରଠୁ ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୪ା୩(ବନ୍ଦନା ସେଠୀ):ରାଜ୍ୟରେ ଏବେ ତାପମାତ୍ରା ବଢ଼ିବା ସହ ଗ୍ରୀଷ୍ମ ପ୍ରବାହ ବା ହିଟ୍‌ ଓ୍ବେଭ୍‌ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ରାଜ୍ୟରେ ଏବେ ହିଟ୍‌ ଓ୍ବେଭ୍‌ ଜାରି…

ମୋଜତବାଙ୍କୁ ଧରାଇଦେଲେ ୧୦ ନିୟୁତ ଡଲାର: ପୁରସ୍କାର ଘୋଷଣା କଲା ଆମେରିକା

ଓ୍ବାଶିଂଟନ୍‌,୧୪ା୩:ଇରାନ୍‌ର ନୂଆ ସୁପ୍ରିମ ଲିଡର ମୋଜତବା ଖାମେନେଇ ଓ ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି)ର ବରିଷ୍ଠ ନେତାମାନଙ୍କ ସମ୍ପର୍କରେ ସୂଚନା ଦେଲେ ସମ୍ପୃକ୍ତ ସୂଚନାଦାତାଙ୍କୁ ଆମେରିକା…

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି…

ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ…

ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…

ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri