‘ଇଣ୍ଡିଆ ବୁକ ରେକଡର୍‌ସ’ରେ ସ୍ଥାନ ପାଇଲେ କୋଣାର୍କର ସରିତା

କୋଣାର୍କ,୬।୨(ଜ୍ୟୋତିରାଜ ମହାନ୍ତି):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ପ୍ରଶିକ୍ଷିତ କୋଣାର୍କ ଅଞ୍ଚଳର ତଥା ଓଡ଼ିଶାର ଜଣେ ସୁପରିଚିତ ବରିଷ୍ଠ ବାଲୁକା ଶିଳ୍ପୀ ସରିତା ଗୋଚ୍ଛାୟତ ଭାରତର ପ୍ରଥମ ମହିଳା ବାଲୁକା ଶିଳ୍ପୀ ଭାବେ ଦେଶରେ ପ୍ରଥମ ଥର ପାଇଁ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ସ୍ଥାନ ପାଇଛନ୍ତି। ଗତ ଜାନୁଆରୀ ୮ରେ କୋଣାର୍କ ଚନ୍ଦ୍ରଭାଗା ବେଳାଭୂମିରେ ଏକ ୪୧. ୨୬ ଫୁଟ୍‌ ଉଚ୍ଚତାର ବାଲିରେ ସୂର୍ଯ୍ୟମନ୍ଦିରର ବିଶାଳ ବାଲୁକା କଳାକୃତି ସେ ଗଢିଥିଲେ। ବାଲିରେ ଅତି ସୂକ୍ଷ୍ମ ନିଖୁଣ ଭାବେ ସୂର୍ଯ୍ୟମନ୍ଦିରର କାରୁକାର୍ଯ୍ୟ ଥିବା ଏକ ବିଶାଳ ସୂର୍ଯ୍ୟମନ୍ଦିର ପର୍ଯ୍ୟଟକଙ୍କୁ ବେଶ୍‌ ଆକର୍ଷିତ କରିଥିଲା। ଏହି ବିଶାଳ ବାଲୁକା କଳା ଗଢ଼ିବାକୁ ସରିତାଙ୍କ ସହିତ ତାଙ୍କ ସାଥୀ କୋଣାର୍କ ସ୍ୟାଣ୍ଡ ଆର୍ଟର ଛାତ୍ରୀଛାତ୍ରଙ୍କୁ ଦୀର୍ଘ ୩୬ ଘଣ୍ଟା ସମୟ ଧରି ଏହି ବାଲୁକା କଳା ନିର୍ମାଣ ନିମନ୍ତେ ସମୟ ଲାଗିଥିଲ। ଏହି କଳାକୃତି ପାଇଁ ସେ ‘ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସ’ରେ ସ୍ଥାନ ହାସଲ କରିଛନ୍ତି। ଗତ ୩ ତାରିଖରେ ‘ଇଣ୍ଡିଆ ବୁକ ରେକର୍ଡ’ କମିଟି ପକ୍ଷରୁ ସରିତାଙ୍କୁ ଅବଗତ କରାଯିବା ସହ ରେକଡର୍‌ସରେ ସ୍ଥାନିତ ହୋଇଥିବା ଏକ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ବାଲୁକା କଳା ମାଧ୍ୟମରେ ଭାରତର କଳା ସଂସ୍କୃତିକୁ ଆଗକୁ ନେବାକୁ ଲକ୍ଷ୍ୟ ରଖିଥିବା ବାଲୁକାଶିଳ୍ପୀ ସରିତା କହିଛନ୍ତି। ଆଗାମୀ ଦିନରେ ଭାରତ ତଥା ଓଡ଼ିଶା କଳା ସଂସ୍କତିକୁ ଦେଶ ବିଦେଶରେ ପ୍ରଚାର ଓ ପ୍ରସାର ପୂର୍ବକ ଏହି ବାଲୁକା କଳାକୁ ଆଗକୁ ନେବାର ପ୍ରୟାସ ପାଇ ସେ ପୁରୀର ଅସ୍ତରାଗ ବୃଦ୍ଧାଶ୍ରମରେ ପହଞ୍ଚି ଗୁରୁଜନଙ୍କ ଆଶୀର୍ବାଦ ଗ୍ରହଣ କରିଛନ୍ତି। କୋଣାର୍କ ଅଞ୍ଚଳର ଝିଅ ଭାବେ ସମଗ୍ର ଦେଶରେ ନିଜର ତଥା ସମଗ୍ର ଅଞ୍ଚଳର ନାମକୁ ଉଚ୍ଚ ସ୍ଥାନରେ ରଖିବାକୁ ନେଇ କୋଣାର୍କ ଅଞ୍ଚଳର ବିଭିନ୍ନ ସଂଗଠନ ପକ୍ଷରୁ ପ୍ରସଂଶା କରାଯିବ ସହିତ ତାଙ୍କର ସଫଳତା ପାଇଁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri