ସୁରକ୍ଷା ବାହିନୀଙ୍କୁ ଟାର୍ଗେଟ କରି ଖଞ୍ଜୁଥିଲେ ବିସ୍ଫୋରକ ସାମଗ୍ରୀ: ମାଡ଼ି ବସିଲେ ଯବାନ

ମାଲକାନଗିରି, ୧୭।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲାରେ ଯବାନଙ୍କ ତଲାସି ଅଭିଯାନ ସମୟରେ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ମାଓବାଦୀ ଜଣକ ହେଲେ କାୱାସୀ ଯୋଗା। ସେ ମାଓବାଦୀ ସଙ୍ଗଠନର କୋଣ୍ଟା ଏରିଆ କମିଟିରେ ଭଣ୍ଡାରପଦର ଆରପିସି ସଭାପତି ପଦରେ କାର୍ଯ୍ୟ କରୁଥିଲେ। ତାଙ୍କ ନିକଟରୁ ବ୍ୟାପକ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି।

ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ ସୁକ୍‌ମା ଜିଲାର ଗାଦିରାସ ପୋଲିସ, ଯବାନ ଜିରାମପାଲ ଜଙ୍ଗଲ ଏହାର ଆଖପାଖ ଅଞ୍ଚଳରେ ତଲାସି କରୁଥିବାବେଳେ କିଛି ବ୍ୟକ୍ତି ସେମାନଙ୍କୁ ଦେଖି ଦୌଡ଼ିବା ଆରମ୍ଭ କରିଥିଲେ। ସେମାନଙ୍କ ଉପରେ ସନ୍ଦେହ ହେବାରୁ ଯବାନମାନେ ସେମାନଙ୍କୁ ପିଛା କରି ଜଣେ ବ୍ୟକ୍ତିକୁ କାବୁ କରିବାରେ ସଫଳ ହୋଇଥିଲେ।

ଅନ୍ୟମାନେ ସେଠାରୁ ଖସି ପଳାଇଥିଲେ। ଯବାନମାନେ କାବୁ କରିଥିବା ବ୍ୟକ୍ତିକୁ ପଚରାଉଚରା କରିବା ପରେ ସେ ମାଓବାଦୀ ସଙ୍ଗଠନର କୋଣ୍ଟା ଏରିଆ କମିଟିରେ ଭଣ୍ଡାରପଦର ଆରପିସି ସଭାପତି ପଦରେ କାର୍ଯ୍ୟ କରୁଥିବା କହିଥିଲେ। ସୁରକ୍ଷା ବାହିନୀଙ୍କୁ ଟାର୍ଗେଟ କରି ବିସ୍ଫୋରକ ସାମଗ୍ରୀ ଖଞ୍ଜିବା ଉଦ୍ଦେଶ୍ୟରେ ସେମାନେ ଜଙ୍ଗଲ ମଧ୍ୟରେ ଯୋଜନା କରୁଥିବା ସ୍ବୀକାର କରିଥିଲେ। ଯବାନମାନେ ତାଙ୍କ ନିକଟରୁ ୫ଟି ଜିଲୋଟିନ ରଡ, ୪ଟି ଇଲେକ୍ଟ୍ରିକ ଡିଟୋନେଟର, କର୍ଡେକ୍ସ ତାର, ଟିଫିନ, ମାଓବାଦୀ ପୋଷ୍ଟର ଆଦି ଜବତ କରି କାୱାସୀ ଯୋଗାଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri