Posted inଖେଳ

କୋରାପୁଟ ଚାମ୍ପିୟନ

ଭୁବନେଶ୍ୱର,୨୧।୧୧(କ୍ରୀଡ଼ା ପ୍ରତିନିଧି): ପୁରୁଣାଭୁବନେଶ୍ବରସ୍ଥିତ ମୂଳାପଡିଆରେ ରାଜ୍ୟସ୍ତରୀୟ ଦୃଷ୍ଟିବାଧିତ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଛି। ରାଜ୍ୟ ଦୃଷ୍ଟିବାଧିତ କ୍ରିକେଟ ସଂଘ (କାଭି) ଏବଂ ଦୟାଭାବ ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ କୋରାପୁଟ ଚାମ୍ପିୟନ ହୋଇଛି। ଫାଇନାଲରେ କୋରାପୁଟ ପ୍ରତିପକ୍ଷ ମୟୂରଭଞ୍ଜକୁ ୧୦୧ ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା କୋରାପୁଟ ଦଳ ୨୦ ଓଭରରେ ୩ ଉଇକେଟ ହରାଇ ୨୯୫ ରନ୍‌ କରିଥଲା। ସୁଖରାମ ମାଝି ୧୨୫, ଧନପତି ଗୌଡ଼ ୭୬ ଓ ଅର୍ଜୁନ ଭତରା ୩୬ ରନ କରିଥିଲେ।

ଜବାବରେ ମୟୂରଭଞ୍ଜ ୨୦ ଓଭରରେ ୪ ଉଇକେଟ ହରାଇ ୧୯୫ ରନ କରିବାକୁ ସକ୍ଷମ ହୋଇଥିଲା। ସୁଖରାମ ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ। ଏହା ବ୍ୟତୀତ ବି-୧ ବର୍ଗରେ ଦେବରାଜ ବେହେରା, ବି-୨ରେ ଅଞ୍ଜନ ସିଂ, ବି-୩ରେ ଧନପତି ଗୌଡ଼ଙ୍କୁ ଶ୍ରେଷ୍ଠ ଖେଳାଳି ବିବେଚିତ କରାଯାଇଥିଲା। ସେହିପରି ବିଭିନ୍ନ ବର୍ଗରେ ହିକିମ ମୁର୍ମୁ, ଚନ୍ଦନ କାଲସା ଏବଂ ସୁଖରାମ ମାଝୀ ଶ୍ରେଷ୍ଠ ବୋଲର ବିବେଚିତ ହୋଇଥିଲେ। ଉଦଯାପନୀ ଉତ୍ସବରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମୁଖ୍ୟ ଅତିଥି ଏବଂ ଶିଶୁ ଓ ମହିଳା ଉନ୍ନୟନ ସୋସାଇଟିର ଅଧ୍ୟକ୍ଷା ମେଜର କଳ୍ପନା ଦାସ, ଭୁବନେଶ୍ୱର ଆଥେଲେଟିକ୍‌ ଆସୋସିଏଶନ ସମ୍ପାଦକ ସୌର୍ଯ୍ୟ ରଞ୍ଜନ ପରିଜା, ଭୁବନେଶ୍ୱର ଟାଉନ୍‌ କ୍ଲବର ସମ୍ପାଦକ ପୃଥ୍ବୀକାନ୍ତ ମହାପାତ୍ର, ନିହାର କାନ୍ତ ପଟ୍ଟନାୟକ, ରାଧାନାଥ ମହାପାତ୍ର, ରଜନୀ କାନ୍ତ ମିଶ୍ର, ଚିଦାତ୍ମିକା ଖଟୁଆ ଏବଂ କାଭି ଓଡ଼ିଶାର ସମ୍ପାଦକ ସନ୍ନ୍ୟାସୀ କୁମାର ବେହେରା ପ୍ରମୁଖ ସମ୍ମାତିତ ଅତିଥି ଭାବରେ ଯୋଗ ଦେଇ କୃତି ଖେଳାଳିଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମକୁ କାଭି ଓଡ଼ିଶାର ସଭାପତି ମହମ୍ମଦ ଜାଫର ଇକବାଲ ସଂଯୋଜନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri