ବିଶ୍ୱ ଦରବାରରେ ପହଞ୍ଚିବ କୋରାପୁଟ କଫି

କୋରାପୁଟ/ନବରଙ୍ଗପୁର, ୨୮ା୧୧(ସ୍ବ.ପ୍ର./ବି.ପ୍ର.): କୋରାପୁଟ ଓ ନବରଙ୍ଗପୁର ଜିଲାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଶନିବାରଠାରୁ ଆରମ୍ଭ ହୋଇଛି। ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରିଛନ୍ତି। ଏଥିସହ କୋରାପୁଟରେ ପ୍ରାୟ ୧ ହଜାର କୋଟି ଟଙ୍କାରେ ୧୧୨ଟି ପ୍ରକଳ୍ପ ଓ ନବରଙ୍ଗପୁରରେ ୧୨୯ କୋଟି ଟଙ୍କା ବ୍ୟୟରେ ୬୯ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି। କୋରାପୁଟ ଜିଲାର ସାମଗ୍ରିକ ବିକାଶ ନେଇ ରାଜ୍ୟ ସରକାର ଚେଷ୍ଟା ଜାରି ରଖିଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। କୋରାପୁଟର କଫି ଏକ ନୂଆ ବ୍ରାଣ୍ଡ ମାକେର୍ଟରେ ପହଞ୍ଚତ୍ଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଆସନ୍ତା ୫ ବର୍ଷ ମଧ୍ୟରେ ଜିଲାରେ ୫ହଜାର ହେକ୍ଟର ଜମିରେ କଫି ଚାରାରୋପଣ ଲକ୍ଷ୍ୟ ରଖାଯାଇଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। କୋରାପୁଟ ଅଞ୍ଚଳର ସାମଗ୍ରିକ ବିକାଶ ସହ ଅଧିବାସୀଙ୍କ ମୁହଁରେ ହସ ଫୁଟାଇବାକୁ ସବୁବେଳେ ଉଦ୍ୟମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କୋରାପୁଟ ଜିଲାର ୩ ଲକ୍ଷ ୭୦ ହଜାର ସ୍ବାସ୍ଥ୍ୟକାର୍ଡ ପ୍ରଦାନ କରାଯାଉଛି। ଏହାଦ୍ୱାରା ଜିଲାର ୧୨ ଲକ୍ଷ ଲୋକ ମାଗଣାରେ ଚିକିସତ୍ା ସୁବିଧା ପାଇପାରିବେ ବୋଲି ସେ କହିଥିଲେ। ସ୍ଥାନୀୟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ପ୍ରେକ୍ଷାଳୟଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ରାଜ୍ୟ ହସ୍ତତନ୍ତ୍ର ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ବିଧାୟକ ତଥା ଜିଲା ଯୋଜନା କମିଟିଅଧ୍ୟକ୍ଷ ରଘୁରାମ ପଡାଲ ଉପସ୍ଥିତ ଥିଲେ।

 

ନବରଙ୍ଗପୁର ଆର୍‌ସିଡି ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ସ୍ଥାନୀୟ ଏମ୍‌ପି ରମେଶ ଚନ୍ଦ୍ର ମାଝି, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ମଞ୍ଚାସୀନ ଥିଲେ। ସ୍ବାସ୍ଥ୍ୟ ଆମ ସମସ୍ତଙ୍କ ପାଇଁ ମୂଲ୍ୟବାନ୍‌। ଏହି କାର୍ଡ ଦ୍ୱାରା ଜିଲାର ୧୧,୩୧,୪୭୬ ଜଣ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପଞ୍ଜୀକୃତ ଓ ସମସ୍ତ ସରକାରୀ ଡାକ୍ତରଖାନାରେ ଏହି କାର୍ଡ ବ୍ୟବହାର ହୋଇପାରିବ। ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ୍‌ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଅନେକ କାର୍ଯ୍ୟ କରିଛନ୍ତି। ଶିକ୍ଷାର ବିକାଶ ପାଇଁ ଇ-ସ୍ମାର୍ଟ ସ୍କୁଲ ହୋଇଛି। ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୧୧ ଲକ୍ଷରୁ ବେଶି ଲୋକ ଉପକୃତ ହେବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ହିତାଧିକାରୀଙ୍କୁ ସ୍ବାସ୍ଥ୍ୟମନ୍ତ୍ରୀ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରିଛନ୍ତି। ପରେ ଅତିଥିଙ୍କ ଦ୍ୱାରା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଏକ ପ୍ରଚାର ରଥର ଶୁଭାରମ୍ଭ କରାଯାଇଛି। କାର୍ଯ୍ୟକ୍ରମ ଶେଷରେ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri