ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ ତୁରନ୍ତ ରୋକ ଲଗାଇବା ଦାବିରେ ଦାଖଲ ହୋଇଥିବା ଅଭିଯୋଗର ତଦନ୍ତ କରି ଆଇନ ଅନୁଯାୟୀ ଆବଶ୍ୟକ ପଦକ୍ଷେପ ନେବାକୁ ବନ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ କୋରାପୁଟ ଡିଭିଜନାଲ ଫରେଷ୍ଟ ଅଫିସର (ଡିଏଫଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ମାନବାଧିକାର ଓ ଆର୍ଟିଆଇ କର୍ମୀ ଆଡ୍‌ଭୋକେଟ୍‌ ଅନୁପ କୁମାର ପାତ୍ର ଏ ସମ୍ପର୍କରେ ରାଜ୍ୟ ସରକାରଙ୍କ ନିକଟରେ ଅଭିଯୋଗ ଦାଖଲ କରିଥିଲେ। ଏହାକୁ ଗୁରୁତ୍ୱର ସହ ବିଚାର କରି ବିଭାଗର ଅଣ୍ଡର ସେକ୍ରେଟାରୀ ବିଜୟ କିଶୋର ଭୁଜବଳ କୋରାପୁଟ ଡିଏଫ୍‌ଓଙ୍କୁ ପତ୍ର ଲେଖି ଘଟଣାର ଅନୁସନ୍ଧାନ କରିବା ସହ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ବିଭାଗ ଓ ଅଭିଯୋଗକାରୀଙ୍କୁ ଅବଗତ କରିବାକୁ କହିଛନ୍ତି। ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ମାମଲାକୁ ‘ଟପ୍‌ ପ୍ରାଥମିକତା’ ଭାବେ ବିଚାର କରିବାକୁ ଉଲ୍ଲେଖ ରହିଛି। ସେହିପରି ପିସିସିଏଫ୍‌ ଓ ହେଡ୍‌ ଅଫ୍‌ ଫରେଷ୍ଟ୍‌ ଫୋର୍ସ (HoFF)ଙ୍କୁ ମଧ୍ୟ ଏହାର ନକଲ ପଠାଯାଇ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ କୁହାଯାଇଛି। ଅଭିଯୋଗରେ କୁହାଯାଇଛି ଯେ, କୋରାପୁଟ ଜିଲାରେ ବ୍ୟାପକ ହାରରେ ହେଉଥିବା ଯୁକାଲିପଟାସ୍‌ ଚାଷ ଭୂତଳ ଜଳସ୍ତର ହ୍ରାସ, ପରିବେଶ ଅବକ୍ଷୟ ଓ ଆଦିବାସୀ ଜମି ଅଧିକାର ଉପରେ ପ୍ରତିକୂଳ ପ୍ରଭାବ ପକାଉଛି। ଏହା ସହ ନୂତନ ବଗିଚା ସୃଷ୍ଟି ପାଇଁ ଜମି ପୋଡ଼ିବା, ଜୈବ ବିବିଧତାର କ୍ଷୟ ଏବଂ ସ୍ଥାନୀୟ ଉଦ୍ଭିଦ ପ୍ରଜାତି ପ୍ରତି ବିପଦ ସୃଷ୍ଟି ହେଉଥିବା ଦାବି କରାଯାଇଛି।

ଆବେଦନରେ ପରିବେଶ ସୁରକ୍ଷା ଆଇନ-୧୯୮୬ର ଧାରା ୩ ଓ ୫ ଏବଂ ସମ୍ବିଧାନର ଧାରା ୨୧ ଅନୁଯାୟୀ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ଲୋଡ଼ାଯାଇଛି। ବାହାର ରାଜ୍ୟର କିଛି ଗୋଷ୍ଠୀ ଆଦିବାସୀ ଚାଷୀଙ୍କୁ ପ୍ରଲୋଭିତ କରି ଜମି ଲିଜ ନେଉଥିବା ଏବଂ ପେସା ଓ ବନାଧିକାର ଆଇନର ମୂଳ ଉଦ୍ଦେଶ୍ୟକୁ କ୍ଷୁଣ୍ଣ କରୁଥିବା ମଧ୍ୟ ଅଭିଯୋଗରେ ଦର୍ଶାଯାଇଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ଜିଲାକୁ ଯୁକାଲିଟାସ୍‌ ଚାଷ ପାଇଁ ‘ପ୍ରତିବନ୍ଧିତ ଅଞ୍ଚଳ’ ଘୋଷଣା କରିବା, ଜମି ପୋଡ଼ିବା କାର୍ଯ୍ୟ ତୁରନ୍ତ ବନ୍ଦ କରିବା ଏବଂ ଆଦିବାସୀ ଜମି ଅଧିକାର ଉପରେ ପ୍ରଭାବ ନେଇ ଉଚ୍ଚସ୍ତରୀୟ ସ୍ବାଧୀନ ତଦନ୍ତ କମିଟି ଗଠନ କରିବାକୁ ଆବେଦନକାରୀ ଦାବି କରିଛନ୍ତି। ବନ ବିଭାଗର ତଦନ୍ତ ରିପୋର୍ଟ ପରେ ଏହି ପ୍ରସଙ୍ଗରେ ପରବର୍ତ୍ତୀ ପଦକ୍ଷେପ ସ୍ପଷ୍ଟ ହେବ ବୋଲି ଜଣାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?