କୋରାପୁଟ ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶିତ: ୮,୯୪୬ ନୂତନ ଭୋଟର

କୋରାପୁଟ,୭/୧(ଅମିତାଭ ବେହେରା)- କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ୨୦୨୫କୁ ନେଇ ଏକ ଖବରଦାତା ସମ୍ମିଳନୀ କରାଯାଇ ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯାଇଛି। କୋରାପୁଟ ଜିଲାପାଳ ଭି.କୀର୍ତ୍ତିଭାସନ ଅଧ୍ୟକ୍ଷତା କରି ଚଳିତ ବର୍ଷ ଜାନୁଆରୀ ୫ ସୁଦ୍ଧା ଜିଲାରେ ୯ ଲକ୍ଷ ୮୯ ହଜାର ୫୪୭ ଭୋଟର ଥିବା ସୂଚନା ଦେଇଛନ୍ତି। ଜିଲାରେ ୪,୭୭,୩୬୯ ପୁରୁଷ,୫,୧୨,୦୯୦ ମହିଳା ଏବଂ ୮୮ କିନ୍ନର ଭୋଟର ରହିଛନ୍ତି। ତାଲିକାରେ ୮ ହଜାର ୯୪୭ ନୂତନ ଭୋଟର ରହିଛନ୍ତି। ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀରେ ୧,୭୬,୧୦୯ ଭୋଟର ଥିବା ବେଳେ ଏଥିରେ ୮୩, ୩୯୯ ପୁରୁଷ ଏବଂ ୯୨, ୬୮୮ ମହିଳା ଓ ୨୨ କିନ୍ନର ଭୋଟର ଅଛନ୍ତି। କୋଟପାଡ଼ରେ ୨,୧୧, ୨୯୦ ଭୋଟର ଥିବା ବେଳେ ୧,୨,୩୬୯ ପୁରୁଷ,୧,୮,୯୧୧ ମହିଳା ଏବଂ ୧୦ କିନ୍ନର ଭୋଟର ଅଛନ୍ତି। ଜୟପୁର ନିର୍ବାଚନ ମଣ୍ଡଳୀରେ ୨, ୧୬, ୬୪୭ ଭୋଟରଙ୍କ ମଧ୍ୟରୁ ୧, ୪,୫୯୪ ପୁରୁଷ,୧, ୧୨ ହଜାର ୧୬ ମହିଳା ଏବଂ ୩୭ ଜଣ କିନ୍ନର ଭୋଟର ରହିଛନ୍ତି। କୋରାପୁଟ ନିର୍ବାଚନ ମଣ୍ଡଳୀରେ ୧,୯୫,୧୭୫ ଭୋଟର ଥିବା ବେଳେ ଏଥିରେ ୯୫,୦୪୮ ପୁରୁଷ,୧ ଲକ୍ଷ ୧୧୫ ମହିଳା ଏବଂ ୧୨ କିନ୍ନର ଭୋଟର ଅଛନ୍ତି। ପଟ୍ଟାଙ୍ଗୀ ନିର୍ବାଚନ ମଣ୍ଡଳୀରେ ୧,୯୦,୩୨୬ ଭୋଟର ଥିବା ବେଳେ ଏଥିରେ ୯୧,୯୫୯ ପୁରୁଷ, ୯୮,୩୬୦ ମହିଳା ଏବଂ ୭ କିନ୍ନର ଭୋଟର ଅଛନ୍ତି। ୧୭,୨୬୪ ଯୁବ ଓ ୧୬,୧୫୪ ଜଣ ଭିନ୍ନକ୍ଷମ ଭୋଟର ରହିଛନ୍ତି। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଆଲୋକମଣି ସେଠୀ ଓ ଲଗ୍ନଜିତ ରାଉତ, କୋରାପୁଟ ଉପଜିଲାପାଳ ବେଣୁଧର ଶବର, ଜିଲା ନିର୍ବାଚନ ଅଧିକାରୀ ଦେବେନ୍ଦ୍ର କୁମାର ରାଉତ,ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସ୍ବରାଜ୍ୟ ଶୀସା, ଜିଲା ନିର୍ବାଚନ କାର୍ଯ୍ୟାଳୟର ଅନୁପମ ମହାରଣା, କୃଷ୍ଣଚନ୍ଦ୍ର ପ୍ରଧାନ, ଜି. ସନ୍ତୋଷ କୁମାର ରାଓ ଏବଂ ପ୍ରକାଶ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri