କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ

କୋରାପୁଟ/ପଟ୍ଟାଙ୍ଗି,୨୧।୪(ଅମିତାଭ ବେହେରା/ଶରତ କୁମାର ଧଳ): କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଗତ ୨୦୨୪ ମସିହାରେ ଜିଲାରେ ଉଲ୍ଲେଖନୀୟ କାର୍ଯ୍ୟକାରିତା ପାଇଁ କୋରାପୁଟ ଜିଲାପାଳ ଭି କୀର୍ତି ଭାସନ ପ୍ରଧାନମନ୍ତ୍ରୀ ଆୱାର୍ଡ ଗ୍ରହଣ କରିଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ସୋମବାର ଆୟୋଜିତ ସିଭିଲ ସର୍ଭିସ ଡେ’ ଅବସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହି ଏହି ଆୱାର୍ଡ଼ ପ୍ରଦାନ କରିଛନ୍ତି।

ଗତ ୧୮ମାସ ମଧ୍ୟରେ କୋରାପୁଟ ଜିଲାରେ ୧୧ଟି କେନ୍ଦ୍ରୀୟ ଯୋଜନାର ସଫଳ କାର୍ଯ୍ୟକାରିତା କରି ହିତାଧିକାରୀଙ୍କ ନିକଟରେ ସୁଫଳ ପହଞ୍ଚାଇ ଥିବାରୁ କୋରାପୁଟ ଜିଲା ଏହି ପୁରସ୍କାର ପାଇବା ପାଇ ଯୋଗ୍ୟ ବିବେଚିତ ହେଇଛି। ସେଥିମଧ୍ୟରେ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା, ସକ୍ଷମ ଅଙ୍ଗନଓ୍ବାଡି ଓ ପୋଷଣ , ପିଏମ୍‌ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନା, ପିଏମ୍‌ ବିଶ୍ୱକର୍ମା ଯୋଜନା, କିଷାନ କାର୍ଡ , ମିଶନ ଟୀକାକରଣ ,ପିଏମ୍‌ ଜନ ଆରୋଗ୍ୟ ଯୋଜନା, ହର୍‌ ଘର୍‌ ଜଳ୍‌ (ଜଳ ଜୀବନ ମିଶନ), ପିଏମ୍‌ ସହରାଞ୍ଚଳ ଆବାସ ଓ ପିଏମ୍‌ ଗ୍ରାମାଞ୍ଚଳ ଆବାସ ଯୋଜନା ଆଦି କାର୍ଯ୍ୟକାରୀ କରିବା ସହ ସାଧାରଣ ଜନତା ଓ ପ୍ରଶାସନର ସହଭାଗିତାରେ ନିଜ ଦକ୍ଷତା ପ୍ରତିପାଦନ କରି ଦେଶରେ ଶ୍ରେଷ୍ଠ ଜିଲା ଭାବେ ମନୋନୀତ ହୋଇଛି। ବିଭିନ୍ନ ପର୍ଯ୍ୟାୟରେ କେନ୍ଦ୍ରୀୟ ଟିମ୍‌ ଆସି ଅନୁଧ୍ୟାନ କରିବା ପରେ ଏହି ପୁରସ୍କାର ପାଇବାକୁ କୋରାପୁଟ ଜିଲା ଯୋଗ୍ୟ ବିବେଚିତ ହୋଇଛି ।

ଭାରତ ବର୍ଷର ୭୧୦ଟି ଜିଲା ମଧ୍ୟରୁ କେବଳ ୫ ଜିଲା ଏହି ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିଲା । ଏହି ୫ଟି ଜିଲା ମଧ୍ୟରେ ଓଡ଼ିଶାର କୋରାପୁଟ ସ୍ଥାନ ପାଇଛି। ଏଥିପାଇଁ କୋରାପୁଟ ଜିଲାପାଳ ଜିଲାର ସମସ୍ତ ଅଧିକାରୀ, କର୍ମଚାରୀ ଓ ଜିଲାବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri