ବ୍ରହ୍ମପୁର ଆଇନଜୀବୀଙ୍କୁ ହତ୍ୟା ପ୍ରତିବାଦରେ କୋରାପୁଟ ଆଇନଜୀବୀଙ୍କ କଲମ ଛାଡ଼ ଆନ୍ଦୋଳନ

କୋରାପୁଟ,୮ା୧୦(ଅମିତାଭ ବେହେରା): ବ୍ରହ୍ମପୁରର ବିଶିଷ୍ଟ ସମାଜସେବୀ ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା ପ୍ରତିବାଦରେ ବୁଧବାର କୋରାପୁଟ ବାର୍‌ ଆସୋସିଏଶନ ପକ୍ଷରୁ କଲମ ଛାଡ଼ ଆନ୍ଦୋଳନ, ଶୋକସଭା, କୋର୍ଟ ସମ୍ମୁଖ ଠିଆ ହୋଇ ପ୍ରତିବାଦ କରିଛନ୍ତି
ଓଡ଼ିଶା ରାଜ୍ୟ ବାର୍‌ କାଉନସିଲ। କଲମ ଛାଡ଼ ଆନ୍ଦୋଳନ ଡାକରାକୁ ସମର୍ଥନ କରି କୋରାପୁଟ ବାର୍‌ ଆସୋସିଏଶନ୍‌ର ଅନୁରୂପ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଥିଲା। ସଂଘର ସଭାପତି ପ୍ରଭାତ ମହାପାତ୍ରଙ୍କ ନେତୃତ୍ୱରେ ସଂଘର ସମ୍ପାଦକ ସୁନୀଲ କୁମାର ଜେନା, ଉପସଭାପତି କୃଷ୍ଣଚନ୍ଦ୍ର ସିଂ, କୋଷାଧ୍ୟକ୍ଷ କାମାକ୍ଷା ପ୍ରସାଦ ମାଝୀ, ବରିଷ୍ଠ ଆଇନଜୀବୀ ଜୟନ୍ତ ମିଶ୍ର, ଚନ୍ଦ୍ରଶେଖର ତ୍ରିପାଠୀ, ରୂପକ କୁମାର ତୁରୁକ, ପ୍ରଶାନ୍ତ ପାତ୍ର, ଏନ ଗୋବିନ୍ଦା, ସୀମା ମିଶ୍ର, ସରୋଜ ପଟ୍ଟନାୟକ, ମନୋରଞ୍ଜନ ରାଉତରାୟ, ପ୍ରଶାନ୍ତ ମିଶ୍ର, ବୁବୁ ପଟ୍ଟନାୟକ,ଅଜିତ ସାହୁ, ବିଦ୍ୟାଧର ସାହୁ, କମଳ ଖୁରା, ତାରିଣୀ ପାତ୍ର, ସୁଜାତା ନାୟକ, ରଶ୍ମିତା ଦାସଙ୍କ ସମେତ ଶତାଧିକ ଆଇନଜୀବୀ ଆନ୍ଦୋଳନର ସାମିଲ ଥିଲେ। ଏହି ଅବସରରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଭିଯୁକ୍ତମାନଙ୍କୁ ଗିରଫ, ମୃତ ଆଇନଜୀବୀଙ୍କ ପରିବାରକୁ ୧ କୋଟି ଟଙ୍କା କ୍ଷତିପୂରଣ ପ୍ରଦାନ ନେଇ ଆଇନଜୀବୀମାନେ ଦାବି କରିଥିଲେ।

Dharitri – Odisha’s Leading and Most Trusted Odia Newspaper

Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri