କୋରାପୁଟ ଲୋକସଭା ଆସନ: ୩ ଆଶାୟୀଙ୍କ ମଧ୍ୟରୁ କାଳୀରାମଙ୍କ ଉପରେ ଆସ୍ଥା ପ୍ରକଟ କଲା ଭାଜପା

ରାୟଗଡ଼ା,୨୪।୩(ଆଶିଷ ରଞ୍ଜନ ପଣ୍ଡା)-ପଞ୍ଚମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା। କୋରାପୁଟରୁ ଜଣେ ମହିଳାଙ୍କ ସମେତ ୩ ପ୍ରମୁଖ ଆଶାୟୀ ରହିଥିବା ବେଳେ ଭାଜପା ଜାତୀୟ ଆଦିବାସୀ ମୋର୍ଚ୍ଚା ସମ୍ପାଦକ କାଳୀରାମ ମାଝୀଙ୍କ ଉପରେ ଆସ୍ଥା ପ୍ରକଟ କରିଛି। କାଳୀରାମଙ୍କୁ କୋରାପୁଟ ଲୋକ ସଭା ଆସନ ପ୍ରାର୍ଥୀ ଘୋଷଣା କରିଛନ୍ତି କେନ୍ଦ୍ରୀୟ କମିଟି।

ଏହି ଘୋଷଣା ପରେ କାଳିରାମ ଭାଜପା କେନ୍ଦ୍ରୀୟ ସଭାପତି ଜେପି ନଡ୍ଡା, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମନ୍ତ୍ରୀ ଅମିତ ଶାହା, ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଉଭୟ କୋରାପୁଟ ଏବଂ ରାୟଗଡ଼ା ଜିଲା ସଭାପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି।

କାଳିରାମ ପୂର୍ବରୁ ୨୦୦୯ରେ ରାୟଗଡ଼ା ବିଧାନ ସଭା ଆସନ ପାଇଁ ଭାଜପାରୁ ପ୍ରାର୍ଥୀ ହୋଇ ୭୮୯୦ ଭୋଟ ପାଇ ଚତୁର୍ଥ ସ୍ଥାନରେ ଏବଂ ୨୦୧୪ ରେ ୧୭୩୫୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଥିଲେ। ତେବେ ସେ ଜାତୀୟସ୍ତରରେ ଆଦିବାସୀ ମୋର୍ଚ୍ଚାର ସମ୍ପାଦକ ରହିବା ସହିତ କୋରାପୁଟ ଲୋକ ସଭା କ୍ଷେତ୍ରରେ ଭାଜପା ଦଳର ସଂଗଠନକୁ ସୁଦୃଢ଼ କରିଥିବାରୁ ଦଳ ଆସ୍ଥା ପ୍ରକଟ କରି ଲୋକସଭା ପାଇଁ ଟିକେଟ ଦେଇଥିବା କର୍ମୀ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।

ଆଗାମୀ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କୋରାପୁଟ ଲୋକ ସଭା ଆସନରେ ଭାଜପା ଭଲ ପ୍ରଦର୍ଶନ କରିବ ବୋଲି କାଳୀରାମ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଦିନକୁ ଦିନ ଅଞ୍ଚଳରେ ଭାଜପାର ସମର୍ଥକ ସଂଖ୍ୟା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?