କୋରାପୁଟରେ ମିଳିତ ଜନଶୁଣାଣି ଶିବିର : ସମୁଦାୟ ୪୬ ଅଭିଯୋଗର ଶୁଣାଣି

କୋରାପୁଟ, ୨୫।୫(ଅମିତାଭ ବେହେରା): କୋରାପୁଟସ୍ଥିତ ସଦଭାବନା ସଭାଗୃହରେ ସୋମବାର ଜିଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିବାବେଳେ ଏଥିରେ ସମୁଦାୟ ୪୬ଟି ବିଭିନ୍ନ ଅଭିଯୋଗର ଶୁଣାଣି ହୋଇଛି। ଜିଲାପାଳ ମନୋଜ ସତ୍ୟବାନ ମହାଜନ ଓ ଜିଲା ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏହି ଶିବିରରେ ମୋଟ ୪୬ଟି ଅଭିଯୋଗ ଆସିଥିବାବେଳେ ସେଥିରୁ ୧୬ଟି ଗୋଷ୍ଠୀଗତ ଓ ୩୦ଟି ବ୍ୟକ୍ତିଗତ ଅଭିଯୋଗ ଥିଲା। ସେମାନଙ୍କ ମଧ୍ୟରୁ ୭ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟାନ୍ୟ ଅଭିଯୋଗଗୁଡ଼ିକର ଶୀଘ୍ର ସମାଧାନ ପାଇଁ ଜିଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଜନଶୁଣାଣି ଶିବିରରେ ଅତିରିକ୍ତ ଜିଲାପାଳ ତପନ କୁମାର ନାୟକ, ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବରଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଶିବିର ଶେଷରେ ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଚେକ ପ୍ରଦାନ କରାଯାଇଥିଲା।

 

Dharitri – Odisha’s No.1 Odia Daily

 

Share