ଦୁଇ ସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ ମାମଲା: ୨୦ ଗିରଫ

କୋରାପୁଟ,୪।୪(ସ୍ବ.ପ୍ର): କୋରାପୁଟ ସହରରେ ଥିବା ପରଜା ସାହି ଓ ଇନ୍ଦିରା କୋଲାନୀ ମଧ୍ୟରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ମଙ୍ଗଳବାର କୋରାପୁଟ ଟାଉନ ପୋଲିସ ୨୦ ଜଣଙ୍କୁ ଗିରଫ କରିଛି। ସ୍ଥାନୀୟ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ମନୋଜ ପୂଜାରୀ ସୂଚନା ଦେଇଛନ୍ତି। ଗିରଫ ୨୦ ଜଣଙ୍କ ମଧ୍ୟରେ ୫ଜଣ ନାବାଳକ ରହିଥିବାବେଳେ ସେମାନଙ୍କୁ ଜୟପୁରସ୍ଥିତ ଜୁଭେନାଲ କୋର୍ଟକୁ ପଠାଯାଇଥିବାବେଳେ ଅନ୍ୟ ୧୫ଜଣଙ୍କୁ କୋରାପୁଟ କୋର୍ଟକୁ ଚାଲାଣ କରାଯାଇଛି।

ସୂଚନାନୁଯାୟର, ଗତ ୨ତାରିଖରେ ସହରର ପରଜା ସାହିର ଜଣେ ବ୍ୟକ୍ତିଙ୍କ ଅନ୍ତେଷ୍ଟିକ୍ରିୟା ପରେ ନିଜ ଘରକୁ ଆସୁଥିବାବେଳେ ଇନ୍ଦିରା କୋଲନୀର କିଛି ବ୍ୟକ୍ତି କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ କଥାକଟି ହୋଇଥିଲା ା ପରେ ଏହି କଥାକୁ ନେଇ ଉଭୟ ସାହି ମଧଧ୍ୟରେ ଉତ୍ତେଜନା ଦେଖାଯାଇଥିଲା ା ଏହାକୁ ନେଇ ଇନ୍ଦିରା କୋଲନୀ ବାସୀଙ୍କ ସହିତ ଟିକିରା ସାହିର କିଛି ଯୁବକ ସାମିଲ ହୋଇ ଠେଙ୍ଗା, ବାଡି , ରଡ ଭୁଜାଲି ଆଦି ଧରି ପରଜା ସାହି ଯାଇ ସେଠାରେ ଗାଡି ଭଙ୍ଗାରୁଜା ସହିତ ଉଭୟଙ୍କ ମଧ୍ୟରେ ଗଣ୍ଡୋଗଳ ହୋଇଥିଲା ା ଏଥିରେ ଉଭୟ ସାହିରୁ ୪ ଜଣ ଆହାତ ହୋଇଥିଲୋ ଏହି ଘଟଣାକୁ ନେଇ କୋରାପୁଟ ଟାଉନ ଥାନାରେ ଉଭୟ ସାହି ମାସୀ ପକ୍ଷରୁ ମାମଲା ଦାୟର ହେବା ପରେ ଟାଉନଥାନା ଅଧିକାରୀ ଥାନାରେ ୮୨/୨୦୨୩, ୮୮/୨୦୨୩ ଏବଂ ୯୦/୨୦୨୩ ରେ ୩ଟି କେସ୍‌ ରୁଜୁ କରାଯାଇ ଘଟଣାର ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri