ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ

କୋରାପୁଟ,୯।୫(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୋରାପୁଟ ଜିଲା ପ୍ରତି ଚରମ ଅବହେଳାକୁ ବିରୋଧ କରି ଜିଲା କଂଗ୍ରେସ କମିଟି ପକ୍ଷରୁ ମଙ୍ଗଳବାର ୧୨ ଘଣ୍ଟିଆ କୋରାପୁଟ ଜିଲା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସା ୬ଯାଏ ଚକ ଅଖ ସହ ସମସ୍ତ ଦୋକାନ ବଜାର ଓ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବାକୁ ଆହ୍ବାନ ଦେଇଛି ଦଳ। କୋରାପୁଟ ଜିଲା ଜୟପୁରଠାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା, କେନ୍ଦ୍ରୀୟ ଡ୍ରାଇଭିଂ ତାଲିମ ଗବେଷଣା କେନ୍ଦ୍ର ସ୍ଥାପନ, କୋରାପୁଟ ଜିଲାର ଯୁବକ ଯୁବତୀମାନଙ୍କୁ ଜିଲା ଭିତ୍ତିକ ନିଯୁକ୍ତି ପ୍ରଦାନ, କୋରାପୁଟଠାରେ ବନ୍ଦ ହୋଇ ରହିଥିବା ବିଇଡି କଲେଜକୁ ୧୦୦ ଶିଟ ବିଶିଷ୍ଟ କରି ପୂର୍ଣ୍ଣବାର ଚାଲୁ କରିବା ଆଦି ଦାବି ରହିଛି। କୋରାପୁଟ ଟ୍ରାଫିକ ଛକଠାରେ କଂଗ୍ରେସ ଜିଲା ସଭାପତି ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ ଆୟୋଜିତ ଏହି ବନ୍ଦ ଡାକରାରେ ପୂର୍ବତନ ବିଧାୟକ ନିମାଇଁ ସରକାର. କୃଷ୍ଣ କୁଲଦୀପ, ରୂପକ ତୁରୁକ, ଜଗଦିଶ ଖୋସଲା, ପୂର୍ବତନ ପୌରାଧକ୍ଷ ଭଗବାନ ବାହିନୀପତି. ବାବୁଲା ବେନିଆଙ୍କ ସମେତ ବହୁ କଂଗ୍ରେସ କର୍ମୀ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରି ଉଭୟ ସରକାର ବିରୋଧରେ ସ୍ଲୋଗାନମାନ ଦେଇଥିଲେ। ଏହି ବନ୍ଦ ସମୟରେ ଜରୁରୀ କାଳୀନ ସୁବିଧାକୁ ଛାଡି ଦେଲେ ଆଉ ସବୁ ବନ୍ଦ ରହିଛି l


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri