ରାଜ୍ୟ ପାଇଁ ଗୌରବ ଆଣିଲେ କୋରାପୁଟର ଝିଅ ପ୍ରାଞ୍ଜଳ, ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଚମକିଲେ

କୋଟପାଡ଼,୮ା୧୧ (ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳର ପ୍ରାଞ୍ଜଳ ପାତ୍ର ଆନ୍ତଃ ରାଜ୍ୟସ୍ତରୀୟ ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଫାଇନାଲରେ ପ୍ରବେଶ କରିଛନ୍ତି। ସେ ଗତ କିଛିଦିନ ପୂର୍ବେ ପ୍ରଥମେ ଜିରୋନ ପ୍ରଡକ୍ସନର ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସେମିଫାଇନାଲକୁ ଉନ୍ନୀତ ହୋଇ ଜିଲା ତଥା ରାଜ୍ୟ ପାଇଁ ସୁନାମ ଆଣିଥିଲେ। ଏବେ ଗତ ୨ ଓ ୩ ରେ ଗୋଆଠାରେ ଫ୍ୟାଶନ ଶୋ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ୩୦ ଜଣଙ୍କୁ ପଛରେ ପକାଇ ଫାଇନାଲରେ ପ୍ରବେଶ କରିଛନ୍ତି। ଉକ୍ତ ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ପ୍ରତିଯୋଗୀମାନେ ଅଂଶଗ୍ରହଣ କରିଥିଲେ। ଆଗାମୀ ଦିନରେ ଶ୍ରୀଲଙ୍କାର କଲମ୍ବୋଠାରେ ବିଙ୍ଗ୍‌ସ ପ୍ରଡକ୍ସନ ହାଉସ ପକ୍ଷରୁ ମିସ୍‌ ଇଣ୍ଟର ନ୍ୟାଶନାଲ ପ୍ରତିଯୋଗିତା ଅନୁଷ୍ଠିତ ହେବ। ସେଥିରେ ଅଂଶଗ୍ରହଣ କରି ବିଜୟୀ ହେବା ଆଶା ରଖିଛନ୍ତି ପ୍ରାଞ୍ଜଳ। କୋଟପାଡ଼ ଅଞ୍ଚଳର ବରିଷ୍ଠ ଆଇନଜୀବୀ ପଙ୍କଜ ପାତ୍ର ଓ ପ୍ରତିମା ପାତ୍ରଙ୍କ ଝିଅ ପ୍ରାଞ୍ଜଳ ଯୁକ୍ତ୩ ରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷା ଲାଭ କରୁଛନ୍ତି। ଫ୍ୟାଶନ ଓ କଳା କ୍ଷେତ୍ରରେ ରୁଚି ରଖି ଆଗକୁ ବଢୁଥିବା ପ୍ରାଞ୍ଜଳ ଆଗାମୀ ଦିନରେ ଫାଇନାଲରେ ଅଂଶଗ୍ରହଣ କରି କୋରାପୁଟ ତଥା ରାଜ୍ୟ ପାଇଁ ଗୌରବ ଆଣିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri