ରାଜ୍ୟ ପାଇଁ ଗୌରବ ଆଣିଲେ କୋରାପୁଟର ଝିଅ ପ୍ରାଞ୍ଜଳ, ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଚମକିଲେ

କୋଟପାଡ଼,୮ା୧୧ (ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳର ପ୍ରାଞ୍ଜଳ ପାତ୍ର ଆନ୍ତଃ ରାଜ୍ୟସ୍ତରୀୟ ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଫାଇନାଲରେ ପ୍ରବେଶ କରିଛନ୍ତି। ସେ ଗତ କିଛିଦିନ ପୂର୍ବେ ପ୍ରଥମେ ଜିରୋନ ପ୍ରଡକ୍ସନର ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସେମିଫାଇନାଲକୁ ଉନ୍ନୀତ ହୋଇ ଜିଲା ତଥା ରାଜ୍ୟ ପାଇଁ ସୁନାମ ଆଣିଥିଲେ। ଏବେ ଗତ ୨ ଓ ୩ ରେ ଗୋଆଠାରେ ଫ୍ୟାଶନ ଶୋ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ୩୦ ଜଣଙ୍କୁ ପଛରେ ପକାଇ ଫାଇନାଲରେ ପ୍ରବେଶ କରିଛନ୍ତି। ଉକ୍ତ ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ପ୍ରତିଯୋଗୀମାନେ ଅଂଶଗ୍ରହଣ କରିଥିଲେ। ଆଗାମୀ ଦିନରେ ଶ୍ରୀଲଙ୍କାର କଲମ୍ବୋଠାରେ ବିଙ୍ଗ୍‌ସ ପ୍ରଡକ୍ସନ ହାଉସ ପକ୍ଷରୁ ମିସ୍‌ ଇଣ୍ଟର ନ୍ୟାଶନାଲ ପ୍ରତିଯୋଗିତା ଅନୁଷ୍ଠିତ ହେବ। ସେଥିରେ ଅଂଶଗ୍ରହଣ କରି ବିଜୟୀ ହେବା ଆଶା ରଖିଛନ୍ତି ପ୍ରାଞ୍ଜଳ। କୋଟପାଡ଼ ଅଞ୍ଚଳର ବରିଷ୍ଠ ଆଇନଜୀବୀ ପଙ୍କଜ ପାତ୍ର ଓ ପ୍ରତିମା ପାତ୍ରଙ୍କ ଝିଅ ପ୍ରାଞ୍ଜଳ ଯୁକ୍ତ୩ ରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷା ଲାଭ କରୁଛନ୍ତି। ଫ୍ୟାଶନ ଓ କଳା କ୍ଷେତ୍ରରେ ରୁଚି ରଖି ଆଗକୁ ବଢୁଥିବା ପ୍ରାଞ୍ଜଳ ଆଗାମୀ ଦିନରେ ଫାଇନାଲରେ ଅଂଶଗ୍ରହଣ କରି କୋରାପୁଟ ତଥା ରାଜ୍ୟ ପାଇଁ ଗୌରବ ଆଣିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri