ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା):  ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର ଦ୍ୱାଦଶ ଶ୍ରେଣୀର ମେଧାବୀ ଛାତ୍ର ପୂଜ୍ୟମ ରାଜ। ନିଟ୍ ପରୀକ୍ଷାରେ ସେ ସର୍ବଭାରତୀୟ ସ୍ତରରେ (AIR) ୧୫୦୯ତମ ସ୍ଥାନ ହାସଲ କରି ସଫଳତା ସାଉଁଟିଛନ୍ତି। ପୂଜ୍ୟମଙ୍କ ଏହି ବିପୁଳ ସଫଳତା ପାଇଁ ସାରା ଜିଲ୍ଲାରେ ଖୁସିର ଲହରୀ ଖେଳିଯାଇଛି।

ବିଦ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ପୂଜ୍ୟମଙ୍କ ଏହି ଉପଲବ୍ଧି ତାଙ୍କର ଅକ୍ଳାନ୍ତ ପରିଶ୍ରମ, ନିଷ୍ଠା, ପିତାମାତାଙ୍କ ଆଶୀର୍ବାଦ ଏବଂ ଶିକ୍ଷକମାନଙ୍କ ସଠିକ୍ ମାର୍ଗଦର୍ଶନର ପ୍ରତିଫଳନ ଅଟେ। ଏହି ଗୌରବମୟ ସଫଳତା ପାଇଁ ବିଦ୍ୟାଳୟର ପରିଚାଳନା କର୍ତ୍ତୃପକ୍ଷ, ଅଧ୍ୟକ୍ଷ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପୂଜ୍ୟମ ଓ ତାଙ୍କ ପରିବାରକୁ ଆନ୍ତରିକ ଅଭିନନ୍ଦନ ଜଣାଇଛନ୍ତି।

ଫ୍ୟୁଜନ ୱାର୍ଲଡ ସ୍କୁଲର ଅଧ୍ୟକ୍ଷ ରଭି ରାଜ କହିଛନ୍ତି ଯେ, ପୂଜ୍ୟମ କେବଳ ନିଟ୍ ପରୀକ୍ଷା ନୁହେଁ, ବରଂ ଏହାପୂର୍ବରୁ ପ୍ରକାଶ ପାଇଥିବା ଜେଇଇପରୀକ୍ଷାରେ ମଧ୍ୟ ସର୍ବଭାରତୀୟ ସ୍ତରରେ ପ୍ରାୟ ୮୦୦୦ତମ ସ୍ଥାନ ଅଧିକାର କରି ବିଦ୍ୟାଳୟ ତଥା ଜିଲାର ନାଁ ରଖିଥିଲେ। ପୂଜ୍ୟମଙ୍କ ଏହି କୃତିତ୍ୱ କେବଳ ବିଦ୍ୟାଳୟ ପାଇଁ ନୁହେଁ, ସମଗ୍ର କୋରାପୁଟ ଜିଲା ପାଇଁ ଏକ ବଡ଼ ଗର୍ବର ବିଷୟ। ତାଙ୍କର ଏହି ସଫଳତା ଆଗାମୀ ଦିନରେ ବିଦ୍ୟାଳୟର ଅନ୍ୟ ସମସ୍ତ ଛାତ୍ରଛାତ୍ରୀଙ୍କୁ କଠିନ ପରିଶ୍ରମ କରି ନିଜର ଉଚ୍ଚ ଲକ୍ଷ୍ୟ ହାସଲ କରିବା ପାଇଁ ବେଶ୍ ପ୍ରେରଣା ଯୋଗାଇବ ବୋଲି ବିଦ୍ୟାଳୟ କର୍ତ୍ତୃପକ୍ଷ ଆଶା ପ୍ରକଟ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ଯୁବକ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଯୁବକ ଓ ତାଙ୍କ…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri