ଆଉ ନାହାନ୍ତି ଲୋକପ୍ରିୟ ଅଭିନେତା Song Jae Rim

ସିଓଲ: କୋରିଆନ୍‌ ଡ୍ରାମା ପ୍ରଶଂସକଙ୍କ ଲାଗି ଦୁଃଖଦ ଖବର। ୩୯ ବର୍ଷ ବୟସରେ ଦକ୍ଷିଣ କୋରିଆର ଜଣାଶୁଣା ଅଭିନେତା ସଙ୍ଗ ଜେ ରିମଙ୍କ ମୃତ୍ୟୁ ଘଟିଛି। ୨୦୧୨ରେ ଆସିଥିବା ଡ୍ରାମା ‘ଦ ମୁନ୍‌ ଏମ୍ବରେସିଙ୍ଗ ଦ ସନ’ରେ ସେ ନଜର ଆସିଥିଲେ। ଏଯାବତ ଅଭିନେତାଙ୍କ ମୃତ୍ୟୁର କାରଣ ଜଣାପଡ଼ି ନ ଥିବା ବେଳେ ଏହା ଆତ୍ମହତ୍ୟା ବୋଲି ସନ୍ଦେହ କରାଯାଉଛି।

ଗଣମାଧ୍ୟମ ମୁତାବକ, ସଙ୍ଗ ଜେ ରିମ୍‌ଙ୍କ ମୃତଦେହକୁ ସିଓଲର ସୋଙ୍ଗଡୋଙ୍ଗସ୍ଥିତ ତାଙ୍କ ଆପାର୍ଟମେଣ୍ଟରୁ ଉଦ୍ଧାର କରାଯାଇଛି। ଏବେ ପୋଲିସ ମାମଲାର ଯାଞ୍ଚ କରୁଥିବା ବେଳେ ତାକୁ ଘରୁ ଦୁଇ ପୃଷ୍ଠାର ଚିଠି ମିଳିଛି। ଏଣୁ ଅଭିନେତାଙ୍କ ମୃତ୍ୟୁ ଆତ୍ମହତ୍ୟା ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି। ଅପରପକ୍ଷେ ତାଙ୍କ ପରିବାର କିମ୍ବା ପୋଲିସ ପକ୍ଷରୁ ଅଧିକ ସୂଚନା ଦିଆଯାଇନାହିଁ। ‘କ୍ୱିନ ହୁ’ ଷ୍ଟାରଙ୍କ ମୃତ୍ୟୁକୁ ନେଇ ପ୍ରଶଂସକଙ୍କ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଅନ୍ତିମ ସତ୍କାର ନଭେମ୍ବର ୧୪ରେ କରାଯିବ ବୋଲି ଜଣାପଡ଼ିଛି।

ଜେ ରିମ୍‌ ଜଣେ ମଡେଲ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ୨୦୦୯ରେ ‘ଆକ୍ଟ୍ରେସେସ୍‌’ରୁ ସେ ଅଭିନୟ ଆରମ୍ଭ କରିଥିଲେ। ୨୦୧୨ରେ ‘ଦ ମୁନ୍‌ ଏମ୍ବରେସିଙ୍ଗ ଦ ସନ’ରେ ଜଣେ ବଡିଗାର୍ଡ଼ ଭାବେ ସେ ଅଭିନୟ କରିଥିଲେ। ଏହାକୁ ବେଶ ପସନ୍ଦ କରାଯାଇଥିଲା। ଏହାଛଡ଼ା ୨୦୧୩ରେ ‘ଟୁ ଓ୍ବିକ୍ସ’ରେ ସେ ଚମତ୍କାର କାମ କରି ଲୋକପ୍ରିୟତା ହାସଲ କରିଥିଲେ। ‘ଅନ୍‌କାଇଣ୍ଡ ଲେଡିଜ୍‌, ସିକ୍ରେଟ୍‌ ମଦର୍ସ, ଆଇ ଓ୍ବାନା ହିଅର୍‌ ୟୁଓର ସଙ୍ଗ, କ୍ୟାଫେ ମିନାମଡାଙ୍ଗ ଭଳି ଶୋ’ରେ ତାଙ୍କୁ ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?