Posted inରାଜ୍ୟ

କୋଶଳୀକୁ ସରକାରୀ ଭାଷା ମାନ୍ୟତା ଦାବି

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ସାନ୍ତାଳୀ ଭାଷା ଭଳି କୋଶଳୀ ଭାଷାକୁ ଓଡ଼ିଶାର ଭାଷା ଭାବେ ସାମ୍ବିଧାନିକ ସ୍ବୀକୃତି ଦେବାକୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଦାବି କରିଛନ୍ତି। ମଙ୍ଗଳବାର ବିଧାନସଭାର ଶୂନ୍ୟକାଳରେ ନରସିଂହ ପଶ୍ଚିମ ଓଡ଼ିଶାବାସୀଙ୍କ ଦାବି ପ୍ରସଙ୍ଗ ଗୃହରେ ଉଠାଇଥିଲେ। କୋଶଳୀ ଭାଷାକୁ ସରକାରୀ ଭାଷାର ମାନ୍ୟତା ଦେବାକୁ ବହୁବର୍ଷ ଧରି ଦାବି କରାଯାଉଛି। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଏ ନେଇ ବିଧିବଦ୍ଧ ଭାବେ ପ୍ରସ୍ତାବ ପାସ୍‌ କରି ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଦେଇଛି। ହେଲେ ରାଜ୍ୟ ସରକାର କେବଳ ଚିଠି ଲେଖି ତାଙ୍କ କାମ ସରିଗଲା ବୋଲି ଭାବୁଛନ୍ତି। କୋଶଳୀକୁ ସରକାରୀ ଭାଷା ଭାବେ ଗ୍ରହଣ କରିବାକୁ ସରକାର ଆନ୍ତରିକତାର ସହ ଚାହୁଁନାହାନ୍ତି। ଏହା ଏକ ସମ୍ବେଦନଶୀଳ ପ୍ରସଙ୍ଗ। ପଶ୍ଚିମ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ କରିବାକୁ ଦୀର୍ଘଦିନ ହେଲା ଆନ୍ଦୋଳନ କରାଯାଉଛି। ସେ ଆନ୍ଦୋଳନ ଏବେ ବି ମରିନି। ସ୍ବତନ୍ତ୍ର ରାଜ୍ୟ ପାଇଁ ସହମତି ନୁହେଁ କି ଓଡ଼ିଶା ଭାଗ ଭାଗ ହେଉ ବୋଲି ଚାହୁଁନାହିଁ। ମାତ୍ର ସରକାରଙ୍କ କାର୍ଯ୍ୟକଳାପ ଲୋକଙ୍କୁ ସେମାନଙ୍କ ଆନ୍ଦୋଳନ ତୀବ୍ର କରିବାକୁ ବାଧ୍ୟ କରୁଛି ବୋଲି ନରସିଂହ କହିଥିଲେ।
ଏହି ଅବସରରେ ସେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ପ୍ରସଙ୍ଗ ମଧ୍ୟ ଉଠାଇଥିଲେ। ନରସିଂହ କହିଥିଲେ, ବଲାଙ୍ଗୀରରେ ହାଇକୋର୍ଟ ସ୍ଥାପନ ପାଇଁ ମଧ୍ୟ ରାଜ୍ୟ ସରକାର ଆନ୍ତରିକତାର ସହ ଚାହୁଁନାହାନ୍ତି। ବଲାଙ୍ଗୀରରେ ବାଇପାସ୍‌ ନିର୍ମାଣ କରାଯାଉନାହିଁ। ରାଜ୍ୟ ସରକାର ପଶ୍ଚିମ ଓଡ଼ିଶା ପ୍ରତି ଚରମ ଅବହେଳା କରୁଛନ୍ତି। ଲୋୟର ସୁକ୍‌ତେଲ କାର୍ଯ୍ୟ ଏପର୍ଯ୍ୟନ୍ତ ଆରମ୍ଭ ହୋଇପାରୁନାହିଁ। ଯଦି ତୁରନ୍ତ କାର୍ଯ୍ୟ ଆରମ୍ଭ ନ ହୁଏ ତା’ହେଲେ ବଲାଙ୍ଗୀରରେ ଆନ୍ଦୋଳନ ଉଗ୍ର ରୂପ ନେବ। ରାଜ୍ୟ ସରକାର ତାକୁ ଆଉ ସମ୍ଭାଳି ପାରିବେ ନାହିଁ ବୋଲି ଚେତାବନୀ ଦେଇଥିଲେ। ସେ କହିଥିଲେ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଏବେ କୋମାରେ ଅଛି। ପରିଷଦର ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲିପଡ଼ିଛି। ଏହାକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରି ପରିଷଦର ହେଡ୍‌କ୍ୱାର୍ଟର ପଶ୍ଚିମ ଓଡ଼ିଶାକୁ ନେବାକୁ ସେ ଦାବି କରିଥିଲେ। ଅନ୍ୟପକ୍ଷରେ ଶୂନ୍ୟକାଳରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ୬ ବର୍ଷ ପରେ ବି ଯେଉଁ ଶିକ୍ଷା ସହାୟକ ଏବଂ ସମସ୍ତ ସରକାରୀ ବିଭାଗର କର୍ମଚାରୀମାନଙ୍କୁ ସରକାର ନିୟମିତ କରିନାହାନ୍ତି ସେମାନଙ୍କୁ ନିୟମିତ କରିବାକୁ ଦାବି କରିଥିଲେ। ବିଜେଡ଼ି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଯାତ୍ରା ଓ ସାଂସ୍କୃତିକ ଦଳ କଳାକାରଙ୍କ ପାଇଁ ମଞ୍ଚ ଖୋଲିବାକୁ କହିଥିଲେ। ସେହିଭଳି କୋଭିଡ୍‌ରେ ଓଡ଼ିଶାକୁ କିଭଳି ସଫଳତା ମିଳିଛି ତାହାର ସ୍ପଷ୍ଟୀକରଣ ରାଜ୍ୟ ସରକାର ଦିଅନ୍ତୁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri