Posted inରାଜ୍ୟ

କୋଶଳୀକୁ ସରକାରୀ ଭାଷା ମାନ୍ୟତା ଦାବି

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ସାନ୍ତାଳୀ ଭାଷା ଭଳି କୋଶଳୀ ଭାଷାକୁ ଓଡ଼ିଶାର ଭାଷା ଭାବେ ସାମ୍ବିଧାନିକ ସ୍ବୀକୃତି ଦେବାକୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଦାବି କରିଛନ୍ତି। ମଙ୍ଗଳବାର ବିଧାନସଭାର ଶୂନ୍ୟକାଳରେ ନରସିଂହ ପଶ୍ଚିମ ଓଡ଼ିଶାବାସୀଙ୍କ ଦାବି ପ୍ରସଙ୍ଗ ଗୃହରେ ଉଠାଇଥିଲେ। କୋଶଳୀ ଭାଷାକୁ ସରକାରୀ ଭାଷାର ମାନ୍ୟତା ଦେବାକୁ ବହୁବର୍ଷ ଧରି ଦାବି କରାଯାଉଛି। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଏ ନେଇ ବିଧିବଦ୍ଧ ଭାବେ ପ୍ରସ୍ତାବ ପାସ୍‌ କରି ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଦେଇଛି। ହେଲେ ରାଜ୍ୟ ସରକାର କେବଳ ଚିଠି ଲେଖି ତାଙ୍କ କାମ ସରିଗଲା ବୋଲି ଭାବୁଛନ୍ତି। କୋଶଳୀକୁ ସରକାରୀ ଭାଷା ଭାବେ ଗ୍ରହଣ କରିବାକୁ ସରକାର ଆନ୍ତରିକତାର ସହ ଚାହୁଁନାହାନ୍ତି। ଏହା ଏକ ସମ୍ବେଦନଶୀଳ ପ୍ରସଙ୍ଗ। ପଶ୍ଚିମ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ କରିବାକୁ ଦୀର୍ଘଦିନ ହେଲା ଆନ୍ଦୋଳନ କରାଯାଉଛି। ସେ ଆନ୍ଦୋଳନ ଏବେ ବି ମରିନି। ସ୍ବତନ୍ତ୍ର ରାଜ୍ୟ ପାଇଁ ସହମତି ନୁହେଁ କି ଓଡ଼ିଶା ଭାଗ ଭାଗ ହେଉ ବୋଲି ଚାହୁଁନାହିଁ। ମାତ୍ର ସରକାରଙ୍କ କାର୍ଯ୍ୟକଳାପ ଲୋକଙ୍କୁ ସେମାନଙ୍କ ଆନ୍ଦୋଳନ ତୀବ୍ର କରିବାକୁ ବାଧ୍ୟ କରୁଛି ବୋଲି ନରସିଂହ କହିଥିଲେ।
ଏହି ଅବସରରେ ସେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ପ୍ରସଙ୍ଗ ମଧ୍ୟ ଉଠାଇଥିଲେ। ନରସିଂହ କହିଥିଲେ, ବଲାଙ୍ଗୀରରେ ହାଇକୋର୍ଟ ସ୍ଥାପନ ପାଇଁ ମଧ୍ୟ ରାଜ୍ୟ ସରକାର ଆନ୍ତରିକତାର ସହ ଚାହୁଁନାହାନ୍ତି। ବଲାଙ୍ଗୀରରେ ବାଇପାସ୍‌ ନିର୍ମାଣ କରାଯାଉନାହିଁ। ରାଜ୍ୟ ସରକାର ପଶ୍ଚିମ ଓଡ଼ିଶା ପ୍ରତି ଚରମ ଅବହେଳା କରୁଛନ୍ତି। ଲୋୟର ସୁକ୍‌ତେଲ କାର୍ଯ୍ୟ ଏପର୍ଯ୍ୟନ୍ତ ଆରମ୍ଭ ହୋଇପାରୁନାହିଁ। ଯଦି ତୁରନ୍ତ କାର୍ଯ୍ୟ ଆରମ୍ଭ ନ ହୁଏ ତା’ହେଲେ ବଲାଙ୍ଗୀରରେ ଆନ୍ଦୋଳନ ଉଗ୍ର ରୂପ ନେବ। ରାଜ୍ୟ ସରକାର ତାକୁ ଆଉ ସମ୍ଭାଳି ପାରିବେ ନାହିଁ ବୋଲି ଚେତାବନୀ ଦେଇଥିଲେ। ସେ କହିଥିଲେ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଏବେ କୋମାରେ ଅଛି। ପରିଷଦର ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲିପଡ଼ିଛି। ଏହାକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରି ପରିଷଦର ହେଡ୍‌କ୍ୱାର୍ଟର ପଶ୍ଚିମ ଓଡ଼ିଶାକୁ ନେବାକୁ ସେ ଦାବି କରିଥିଲେ। ଅନ୍ୟପକ୍ଷରେ ଶୂନ୍ୟକାଳରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ୬ ବର୍ଷ ପରେ ବି ଯେଉଁ ଶିକ୍ଷା ସହାୟକ ଏବଂ ସମସ୍ତ ସରକାରୀ ବିଭାଗର କର୍ମଚାରୀମାନଙ୍କୁ ସରକାର ନିୟମିତ କରିନାହାନ୍ତି ସେମାନଙ୍କୁ ନିୟମିତ କରିବାକୁ ଦାବି କରିଥିଲେ। ବିଜେଡ଼ି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଯାତ୍ରା ଓ ସାଂସ୍କୃତିକ ଦଳ କଳାକାରଙ୍କ ପାଇଁ ମଞ୍ଚ ଖୋଲିବାକୁ କହିଥିଲେ। ସେହିଭଳି କୋଭିଡ୍‌ରେ ଓଡ଼ିଶାକୁ କିଭଳି ସଫଳତା ମିଳିଛି ତାହାର ସ୍ପଷ୍ଟୀକରଣ ରାଜ୍ୟ ସରକାର ଦିଅନ୍ତୁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri