କୋଶଲ ମହାବନ୍ଦ, ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ

୧୮।୧୧(ପ୍ରେମାନନ୍ଦ ଖମାରୀ): ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ ଆନ୍ଦୋଳନ ତେଜିଛି। କୋଶଲ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶନିବାର ଦିଆଯାଇଥିବା କୋଶଲ ମହାବନ୍ଦର ପ୍ରଭାବ ବରଗଡ଼ ଜିଲାରେ ଯଥେଷ୍ଟ ଅନୁଭୂତ ହୋଇଛି।

ଜିଲାର ଗାଁଠୁ ସହର ସବୁଠି ବନ୍ଦ ପାଳନକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ ଦିଆଯାଇଥିବା ଦେଖିବାକୁ ମିଳିଛି। ସକାଳ ୬ଟାରୁ ଦୋକାନ, ବଜାରଠାରୁ ଆରମ୍ଭ କରି ରାସ୍ତାଘାଟ ଶୂନ୍‌ଶାନ ପଡିଛି। ଗାଡ଼ି ଚଳାଚଳ ଠପ୍‌ ହୋଇଯାଇ ଥିବାବେଳେ ସରକାରୀ, ବେସରକାରୀ ଦପ୍ତର, ସ୍କୁଲ, କଲେଜ ମୁଖ୍ୟ ଗେଟ୍‌ ବନ୍ଦ ରହିଛି। କୋଶଲ ସଂଗ୍ରାମୀମାନେ ବରଗଡ଼ ଗାନ୍ଧୀଛକ ସମେତ ବିଭିନ୍ନ ଛକ ସ୍ଥାନରେ ଟେଣ୍ଟ ପକାଇ ବସିଛନ୍ତି। ଏପରିକି ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ ନାରାବାଜି କରୁଛନ୍ତି। କୋଶଲ ସେନା, କୋଶଲ ମଜଦୁର ସଂଘ, କୋଶଲ ମୁକ୍ତିମୋର୍ଚ୍ଚା, ପଶ୍ଚିମ ଓ ଯୁବାମଞ୍ଚ ସମେତ ବିଭିନ୍ନ ଅନୁଷ୍ଠାନ ଏଥିରେ ସାମିଲ ହୋଇଥିବା ବେଳେ ଅନେକ ଅନୁଷ୍ଠାନ ବନ୍ଦ ଆନ୍ଦୋଳନକୁ ସମର୍ଥନ କରିଛନ୍ତି। କୋଶଲ ରାଜ୍ୟ ଗଠନ ନ ହେବା ପର୍ଯ୍ୟନ୍ତ ଲଢେଇ ଜାରି ରହିବ ବୋଲି କୋଶଲ ସଂଗ୍ରାମୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri