କୋଶଲ ମହାବନ୍ଦ, ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ

୧୮।୧୧(ପ୍ରେମାନନ୍ଦ ଖମାରୀ): ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ ଆନ୍ଦୋଳନ ତେଜିଛି। କୋଶଲ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶନିବାର ଦିଆଯାଇଥିବା କୋଶଲ ମହାବନ୍ଦର ପ୍ରଭାବ ବରଗଡ଼ ଜିଲାରେ ଯଥେଷ୍ଟ ଅନୁଭୂତ ହୋଇଛି।

ଜିଲାର ଗାଁଠୁ ସହର ସବୁଠି ବନ୍ଦ ପାଳନକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ ଦିଆଯାଇଥିବା ଦେଖିବାକୁ ମିଳିଛି। ସକାଳ ୬ଟାରୁ ଦୋକାନ, ବଜାରଠାରୁ ଆରମ୍ଭ କରି ରାସ୍ତାଘାଟ ଶୂନ୍‌ଶାନ ପଡିଛି। ଗାଡ଼ି ଚଳାଚଳ ଠପ୍‌ ହୋଇଯାଇ ଥିବାବେଳେ ସରକାରୀ, ବେସରକାରୀ ଦପ୍ତର, ସ୍କୁଲ, କଲେଜ ମୁଖ୍ୟ ଗେଟ୍‌ ବନ୍ଦ ରହିଛି। କୋଶଲ ସଂଗ୍ରାମୀମାନେ ବରଗଡ଼ ଗାନ୍ଧୀଛକ ସମେତ ବିଭିନ୍ନ ଛକ ସ୍ଥାନରେ ଟେଣ୍ଟ ପକାଇ ବସିଛନ୍ତି। ଏପରିକି ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ ନାରାବାଜି କରୁଛନ୍ତି। କୋଶଲ ସେନା, କୋଶଲ ମଜଦୁର ସଂଘ, କୋଶଲ ମୁକ୍ତିମୋର୍ଚ୍ଚା, ପଶ୍ଚିମ ଓ ଯୁବାମଞ୍ଚ ସମେତ ବିଭିନ୍ନ ଅନୁଷ୍ଠାନ ଏଥିରେ ସାମିଲ ହୋଇଥିବା ବେଳେ ଅନେକ ଅନୁଷ୍ଠାନ ବନ୍ଦ ଆନ୍ଦୋଳନକୁ ସମର୍ଥନ କରିଛନ୍ତି। କୋଶଲ ରାଜ୍ୟ ଗଠନ ନ ହେବା ପର୍ଯ୍ୟନ୍ତ ଲଢେଇ ଜାରି ରହିବ ବୋଲି କୋଶଲ ସଂଗ୍ରାମୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri