ଛାତ୍ରୀଛାତ୍ରଙ୍କ ପାଇଁ ପ୍ରକାଶ ପାଇଲା କୋଶ୍ଚିନ ବ୍ୟାଙ୍କ

ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବା ଦ୍ୱାଦଶ ପରୀକ୍ଷା ୨୦୨୪ ଫେବୃୟାରୀ ୧୪ରୁ ଆରମ୍ଭ ହେବ। ଏଥିପାଇଁ ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥର ଯୁକ୍ତ୨ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା ଛାତ୍ରୀଛାତ୍ରଙ୍କ ପାଇଁ ପରିଷଦ ଆଣିଛି ଖୁସି ଖବର। ପ୍ରଥମଥର ପାଇଁ ପରିଷଦ ପକ୍ଷରୁ କୋଶ୍ଚିନ ବ୍ୟାଙ୍କ ପ୍ରକାଶ କରାଯାଇଛି। ଛାତ୍ରୀଛାତ୍ର ଏହି କୋଶ୍ଚିନ ବ୍ୟାଙ୍କ୍‌ରୁ ପ୍ରଶ୍ନ ନେଇ ପରୀକ୍ଷା ପାଇଁ ପ୍ରସ୍ତୁତି କରିପାରିବେ। ସିବିଏସ୍‌ଇ ଓ ସିଆଇଏସ୍‌ସିଇ ବୋର୍ଡ ପକ୍ଷରୁ ପ୍ରତିବର୍ଷ କୋଶ୍ଚିନ ବ୍ୟାଙ୍କ୍‌ ଜାରି କରାଯାଇଥାଏ। ଏହା ପରୀକ୍ଷାର୍ଥୀଙ୍କ ପ୍ରସ୍ତୁତିରେ ସହାୟକ ହୁଏ। ଏହାକୁ ଦୃଷ୍ଟିରେ ରଖି ସିଏଚ୍‌ଏସ୍‌ଇ ପକ୍ଷରୁ ଏହି କୋଶ୍ଚିନ ବ୍ୟାଙ୍କ ପ୍ରସ୍ତୁତ କରାଯାଇଛି। କୋଶ୍ଚିନ ବ୍ୟାଙ୍କ୍‌ chseodisha.nic.in ୱେବ୍‌ସାଇଟରେ ଉପଲବ୍ଧ ଅଛି। ପ୍ରଥମ ପର୍ଯ୍ୟାୟରେ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ବାୟୋଲୋଜିରେ କୋଶ୍ଚିନ ବ୍ୟାଙ୍କ ଉପଲବ୍ଧ ହୋଇଥିବାବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ସମସ୍ତ ବିଷୟର ପ୍ରଶ୍ନ ଅପ୍‌ଲୋଡ୍‌ କରାଯିବ। ତେବେ କୋଶ୍ଚିନ ବ୍ୟାଙ୍କ୍‌ ନେଇ ଛାତ୍ରୀଛାତ୍ରଙ୍କୁ ସଚେତନ କରିବାକୁ ରାଜ୍ୟର ସମସ୍ତ ଯୁକ୍ତ୨ କଲେଜ ଅଧ୍ୟକ୍ଷଙ୍କୁ ସିଏଚ୍‌ଏସ୍‌ଇ ପକ୍ଷରୁ ଚିଠି ଲେଖାଯାଇଛି।
ଯୁକ୍ତ୨ ଦ୍ୱିତୀୟ ବର୍ଷ ଥିଓରି ପରୀକ୍ଷା ଫେବୃୟାରୀ ୧୪ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଚାଲିବ। ଏପ୍ରିଲ ଶେଷ ସପ୍ତାହ କିମ୍ବା ମେ’ ପ୍ରଥମ ସପ୍ତାହରେ ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ଜାନୁୟାରୀ ପ୍ରଥମ ସପ୍ତାହରୁ ପ୍ରାକ୍ଟିକାଲ ପରୀକ୍ଷା କରାଯିବ। ଥିଓରି ପରୀକ୍ଷାର ଗୋଟିଏ ମାସ ପୂର୍ବରୁ ୨୦୨୪ ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ ପାଇବ। ଦ୍ୱିତୀୟ ବର୍ଷ ରେଗୁଲାର ଛାତ୍ରୀଛାତ୍ରଙ୍କ ଅନ୍‌ଲାଇନ୍‌ ଫର୍ମ ପୂରଣ ଆସନ୍ତା ନଭେମ୍ବର ୧୦ରୁ ଆରମ୍ଭ ହୋଇ ୨୫ରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri