କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝି ମୁଖ୍ୟ ଅତିଥି, ଓଡ଼ିଶା କ୍ରିକେଟ ସଂଘ ସଦସ୍ୟ ସରୋଜ କୁମାର ସାହୁ, ଖରିଆରରୋଡ୍‌ ଏନ୍‌ଏସି ଅଧ୍ୟକ୍ଷା ସୋନିଆ ଜୈନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

ଆସନ୍ତା ଜନଗଣନାରେ ଅଞ୍ଚଳବାସୀ ନିଜ ମାତୃଭାଷା କୋସଲୀ ଲେଖିବାକୁ ସଭାପତି ମହାରଥା ଆହ୍ବାନ ଦେଇଛନ୍ତି। ପ୍ରଥମ ରଜନୀରେ ଟିଟିଲାଗଡ଼ର ଢାପ ପଏଁରି କଳା ପରିଷଦ, ସସ୍ମିତା ମହାନ୍ତି ଓ ଗ୍ରୁପ୍‌ଙ୍କ ଓଡ଼ିଶୀ ନୃତ୍ୟ, ମୟୂରଭଞ୍ଜର ଦୟାସାଗର ଛଉ ନାଟ୍ୟ ପରିଷଦର କଳାକାର ନିଜ କଳା ପ୍ରଦର୍ଶନ କରିଥିଲେ। ସେହିପରି ନୂଆପଡ଼ା ମହାମାୟା ପବ୍ଲିକ ସ୍କୁଲ, ନଟରାଜ ଡ୍ୟାନ୍ସ ଅନୁଷ୍ଠାନ, ଜ୍ଞାନଜ୍ୟୋତି ବିଦ୍ୟାଳୟ, ଖରିଆରରୋଡ୍‌ ଗୋପବନ୍ଧୁ ବିଦ୍ୟାପୀଠ, ଧରମବନ୍ଧା ସରକାରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଉଦ୍ୟାନବନ୍ଧ ପବ୍ଲିକ ସ୍କୁଲର ଛାତ୍ରୀଛାତ୍ର ନୃତ୍ୟ ପରିବେଷଣ କରିଥିଲେ।

କଣ୍ଠଶିଳ୍ପୀ ରୁକୁ ସୁନା ଓ ଗ୍ରୁପଙ୍କ ଷ୍ଟାର ନାଇଟ କାର୍ଯ୍ୟକ୍ରମରେ ଦର୍ଶକ ଝୁମି ଉଠିଥିଲେ। କୋଶଳୀ ସାହିତ୍ୟ ସାଂସ୍କୃତିକ ଅନୁଷ୍ଠାନ ମୁଖ୍ୟ ଉପଦେଷ୍ଟା ଅଶ୍ୱିନୀ କୁମାର ଭୋଇ ମଞ୍ଚ ପରିଚାଳନା ଓ ସାଧାରଣ ସମ୍ପାଦକ ରବି ମଙ୍ଗରାଜ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri