ଜଙ୍ଗଲ ଜମିରେ କୋଟଗଡ଼ ପାର୍କ

ନୟାଗଡ଼ ଅଫିସ,୩୦ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ରଣପୁର ତହସିଲ କୋଟଗଡ଼ ରାଜସ୍ବ ମୌଜାରେ ସରକାରୀ ଜମି, ମୁଣ୍ଡିଆ ଜମି, ରକ୍ଷିତ ଜଙ୍ଗଲ କିସମ ଜମିରେ ବେଆଇନ ଭାବେ କୋଟଗଡ ପାର୍କ, ରିସୋର୍ଟ, କଲ୍ୟାଣ ମଣ୍ଡପ ନିର୍ମାଣ ହୋଇଛି ବୋଲି ଅଭିଯୋଗ ହୋଇଛି । ଏନେଇ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ପ୍ରମୁଖ ଶାସନ ସଚିବ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ, କଟକର କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ, ନୟାଗଡ଼ ଜିଲାପାଳ, ନୟାଗଡ଼ ଏସ୍‌ପି, ନୟାଗଡ଼ ବନଖଣ୍ଡ, ରଣପୁର ତହସିଲଦାରଙ୍କୁ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ଫେରାଦ୍‌ ହୋଇ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ।
ଅଭିଯୋଗ ଅନୁଯାୟୀ, ଜଙ୍ଗଲ ସଂରକ୍ଷଣ ଆଇନକୁ ଉଲ୍ଲଂଘନ କରି କୋଟଗଡ଼ ମୌଜାରେ ସରକାରୀ ଜମି, ମୁଣ୍ଡିଆ ଜମି, ରକ୍ଷିତ ଜଙ୍ଗଲ କିସମ ଜମିରେ ବେଆଇନ ଭାବେ କୋଟଗଡ ପାର୍କ, ରିସୋର୍ଟ, କଲ୍ୟାଣ ମଣ୍ଡପ ନିର୍ମାଣ ହୋଇଛି । ପ୍ରଥମତଃ ଜଙ୍ଗଲ ଜମିକୁ ବେଆଇନ ଭାବେ ଜବରଦଖଲ କରାଯାଇ ପ୍ରାଚୀର କରାଯାଇଥିଲା । ପରେ ଜମିରୁ ଗଛ କଟାଯାଇ ଜେସିବିରେ ମାଟି ସମତୁଲ କରାଯାଇ ପାର୍କ, ରିସୋର୍ଟ, କଲ୍ୟାଣ ମଣ୍ଡପ କରାଯାଇଛି ।ଏବେ ପାର୍କ, ରିସୋର୍ଟ, କଲ୍ୟାଣ ମଣ୍ଡପ ନଁାରେ ଭଲ ରୋଜଗାର ଚାଲିଛି । ପାର୍କ, ରିସୋର୍ଟ, କଲ୍ୟାଣ ମଣ୍ଡପର ନିର୍ମାଣ ଶୈଳୀ ଅତ୍ୟନ୍ତ ସୁନ୍ଦର ହୋଇଥିବାରୁ ଗହଳି ବଢ଼ୁଛି ା


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri