କୋଟିଆ ବିବାଦ: ସୁପ୍ରିମକୋର୍ଟ ପୂର୍ବତନ ବିଚାରପତିଙ୍କ ପରାମର୍ଶ ଲୋଡ଼ିଲେ ରାଜ୍ୟ ସରକାର

ଭୁବନେଶ୍ୱର,(ବ୍ୟୁରୋ): କୋଟିଆ ଅଞ୍ଚଳକୁ ନେଇ ଓଡ଼ିଶା ଓ ଆନ୍ଧ୍ର ମଧ୍ୟରେ ବିବାଦ ଲାଗି ରହିଛି। ଏହି ମାମଲା ଏବେ ସୁପ୍ରିମକୋର୍ଟରେ ବିଚାରାଧୀନ ରହିଛି। ରାଜ୍ୟ ସରକାର ଏ ନେଇ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏ.କେ. ପଟ୍ଟନାୟକଙ୍କଠାରୁ ଆଇନଗତ ସହାୟତା ଲୋଡ଼ିଛନ୍ତି। ଏହି କ୍ରମରେ ସମସ୍ତ ପ୍ରକାର ତଥ୍ୟ ପ୍ରମାଣ ନେଇ ନୂଆଦିଲ୍ଲୀ ଗସ୍ତ କରି ଜଷ୍ଟିସ୍‌ ପଟ୍ଟନାୟକଙ୍କୁ ଅବଗତ କରାଇବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ କୋରାପୁଟ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସୁପ୍ରିମକୋର୍ଟ ପୂର୍ବତନ ବିଚାରପତିଙ୍କଠାରୁ ପରାମର୍ଶ ଗ୍ରହଣ କରିବା ସକାଶେ ଜିଲାପାଳଙ୍କ ସହ ନୂଆଦିଲ୍ଲୀ ଗସ୍ତ କରିବାକୁ ଅତିରିକ୍ତ ସରକାରୀ ଓକିଲ ସୁମନ ପଟ୍ଟନାୟକଙ୍କୁ ଅନୁରୋଧ କରାଯାଇଛି। କୋରାପୁଟ ଜିଲା ପଟାଙ୍ଗି ବ୍ଲକ ଅଧୀନରେ ଥିବା କୋଟିଆ ଅଞ୍ଚଳ ବିବାଦ ସୁପ୍ରିମକୋର୍ଟରେ ବିଚାରାଧୀନ ରହିଛି। ଏନେଇ ଓଡ଼ିଶା ସରକାର ସୁପ୍ରିମକୋର୍ଟରେ ଆବେଦନ କରିବା ପରେ ଆନ୍ଧ୍ର ପକ୍ଷରୁ ଜବାବ ଦାଖଲ କରାଯାଇଥିଲା। ଉକ୍ତ ଜବାବର ପ୍ରତି ଜବାବ ଦାଖଲ କରିବାକୁ ନିକଟରେ ସର୍ବୋଚ୍ଚ ଅଦାଲତ ଓଡ଼ିଶାକୁ ୪ ସପ୍ତାହ ସମୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri